ଜୁନ୍‍ ୧୩ ତାରିଖରେ ହେବ ବାଚସ୍ପତି ନିର୍ବାଚନ

28

ଜୁନ୍‍ ୧୩ ତାରିଖରେ ହେବ ବାଚସ୍ପତି ନିର୍ବାଚନ। ବାଚସ୍ପତି ପଦ ପାଇଁ ଆସନ୍ତା ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରାଯିବ। ଏ ନେଇ ବିଧାନସଭା ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜ୍ଞପ୍ତି ଅନୁଯାୟୀ ବାଚସ୍ପତି ନିର୍ବାଚନ ନେଇ ଶୁକ୍ରବାର ଦିନ ପ୍ରାର୍ଥୀପତ୍ର ଦାଖଲ କରାଯିବ ।

ତେବେ ଓଡିଶା ବିଧାନସଭାର ବାଚସ୍ପତି ପ୍ରାର୍ଥୀ ଭାବେ ବିଜେଡିର ଭଞ୍ଜନଗର ବିଧାୟକ ବିକ୍ରମ କେଶରୀ ଆରୁଖ ନାମାଙ୍କନ ଦାଖଲ କରିପାରନ୍ତି । ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଇସ୍ତଫା ପରେ ବାଚସ୍ପତି ପଦ ଖାଲି ରହିଛି । ଗତ ୪ ତାରିଖ ଦିନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସ୍ବାସ୍ଥ୍ୟଗତ ସମସ୍ୟା ପାଇଁ ଇସ୍ତଫା ଦେଇଥିଲେ ।

Comments are closed, but trackbacks and pingbacks are open.