ବିଧାନ ପରିଷଦ ଗଠନ ପ୍ରସଙ୍ଗରେ କେନ୍ଦ୍ର ମାଗିଲା ସ୍ପଷ୍ଟୀକରଣ

38

କେନ୍ଦ୍ର ସରକାର ବିଧାନ ପରିଷଦ ଗଠନ ନେଇ ବିଧାନସଭା ପକ୍ଷରୁ ଲେଖା ଯାଇଥିବା ଚିଠିର ଉତ୍ତର ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର। ସେ କହିଛନ୍ତି, ଚିଠି ବିଧାନସଭାରେ ପହଞ୍ଚିବା ପରେ ସଂସଦୀୟ ବ୍ୟାପାର ବିଭାଗକୁ ପଠାଇ ଦିଆଯାଇଛି। ବିଧାନପରିଷଦ ଗଠନ ନେଇ କଣ ପ୍ରକ୍ରିୟା ରହିବ ସେ ନେଇ ଚିଠିରେ ଉଲ୍ଲେଖ ରହିଛି। ସାଂସଦ ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନରେ ବିଧାନସଭା ପରିଷଦ ଗଠନ ନେଇ କିଛି ପ୍ରସ୍ତାବ ଆସିନଥିବା ସଂସଦରେ ଉତ୍ତର ରଖିଥିଲେ କେନ୍ଦ୍ର ଆଇନ ମନ୍ତ୍ରୀ । କେଉଁ ପରିସ୍ଥିତିରେ ଭୁଲ ଉତ୍ତର ରଖାଗଲା ସେ ନେଇ ବିଧାନସଭା ପକ୍ଷରୁ ୨ଟି ଚିଠି ଲେଖାଯାଇଥିଲା। ଏହାର ଉତ୍ତର କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇଛି। ବିଧାନସଭାରେ ପହଂଚିବା ପରେ ସଂସଦୀୟ ବ୍ୟାପାର ବିଭାଗକୁ ଏହି ଚିଠି ପଠାଇ ଦିଆଯାଇଛି । କାରଣ କେନ୍ଦ୍ର ସରକାର ଏହି ସଂକଳ୍ପ ପାଇଥିବାରୁ ହିଁ ପରିଷଦ ଗଠନକୁ ନେଇ ଆଉ କେତେକ ସ୍ପଷ୍ଟୀକରଣ ଲୋଡ଼ିଛନ୍ତି ବୋଲି ବାଚସ୍ପତି ଶ୍ରୀ ପାତ୍ର କହିଛନ୍ତି । ତେବେ କେନ୍ଦ୍ର ସରକାର କେଉଁ ସବୁ ପ୍ରସଙ୍ଗ ଉପରେ ସ୍ପଷ୍ଟୀକରଣ ମାଗିଛନ୍ତି ତାହା ଜଣାପଡ଼ିନି ।

Comments are closed, but trackbacks and pingbacks are open.