ବାତ୍ୟା ଜୱାଦ କ୍ଷତିଗ୍ରସ୍ତଙ୍କ ପାଇଁ ୫୦୭ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0 24

ବାତ୍ୟା ଜୱାଦ୍‌ ଯୋଗୁଁ କ୍ଷତିଗ୍ରସ୍ତ ହୋଇଥିବା ଚାଷୀ ମାନଙ୍କର ଭରଣା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ୟାକେଜ୍‌ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ । କ୍ଷତିଗ୍ରସ୍ତ ମାନଙ୍କୁ ସହାୟତା ପ୍ରଦାନ ନିମନ୍ତେ ମୋଟ ୫୦୭ କୋଟି ଟଙ୍କା ମଞ୍ଜୁର କରାଯାଇଛି ।
ବାତ୍ୟା ଜୱାଦ୍‌ ରାଜ୍ୟରେ ବିଶେଷ କ୍ଷୟକ୍ଷତି କରିନଥିବା ବେଳେ ଏହାର ପ୍ରଭାବରେ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ଫସଲ ନଷ୍ଟ ହୋଇଛି । ଏହି କ୍ଷୟକ୍ଷତିର ଅନୁଧ୍ୟାନ ପାଇଁ ପୂର୍ବରୁ କେନ୍ଦ୍ରୀୟ ଟିମ୍‌ ଆସି ବିଭନ୍ନ ଅଞ୍ଚଳ ବୁଲି ଦେଖିଥିଲେ । ଏହି ଟିମ୍‌ ଭିନ୍ନ ଭିନ୍ନ ୩ଟି ଦଳରେ ୩ ଜିଲ୍ଲାକୁ ଯାଇ କ୍ଷେତ୍ର ପରିଦର୍ଶନ କରିଥିଲେ । ପ୍ରଥମ ଦିନରେ ଗଞ୍ଜାମ, ଜଗତସିଂହପୁର ଓ ଯାଜପୁର ଜିଲ୍ଲା ବୁଲି କ୍ଷୟକ୍ଷତି ଆକଳନ କରିଥିିଲେ । ପରେ ଅନ୍ୟ ଜଲ୍ଲା ବୁଲି କ୍ଷୟକ୍ଷତିର ଆକଳନ କରିଥିଲେ ।
ବର୍ଷାରେ ଧାନ ଫସଲ, ପନିପରିବା ଓ ଅନ୍ୟ ଫସଲ ବ୍ୟାପକ ନଷ୍ଟ ହୋଇଛି । ହଜାର ହଜାର ହେକ୍ଟର ଜମିର ଫସଲ ଉଜୁଡ଼ି ଯାଇଥିବା ବେଳେ ପାଣି ଭିତରେ ରହି ପାଚିଲା ଧାନ କ୍ଷେତ ପଚି ଯାଇଛି । ଅଳ୍ପ ଦିନ ବ୍ୟବଧାନରେ ଦୁଇ ଥର ଲଗାଣ ବର୍ଷା ହେବା ଦ୍ୱାରା ଜମିରେ ପାଣି ଜମି କିପରି ଅମଳ ଫସଲ ନଷ୍ଟ ହୋଇଛି ତାର ହୃଦୟ ବିଦାରକ ତଥ୍ୟ ଚାଷୀମାନେ କେନ୍ଦ୍ରୀୟ ଟିମକୁ ଦେଇଥିଲେ । କେନ୍ଦ୍ରୀୟ ଟିମ ର ରିପୋର୍ଟ ଅନୁସାରେ ୩୩ ପ୍ରତିଶତ ଫସଲ ନଷ୍ଟ ହୋଇଥିବା ଚାଷୀଙ୍କୁ ତଥା ବର୍ଷାଜଳ ଉପରେ ନିର୍ଭର କରୁଥିବା ଜମି ପାଇଁ ହେକ୍ଟର ପିଛା ୬୮୦୦ ଟଙ୍କା, ଜଳସେଚିତ ଅଞ୍ଚଳ ପାଇଁ ହେକ୍ଟର ପିଛା ୧୩୫୦୦ ଟଙ୍କା ଓ ଆମ୍ବ, କାଜୁ, ନଡ଼ିଆ, ପାନବରଜ, କିଆ ଆଦି ସବୁଦିନିଆ ଫସଲ ପାଇଁ ହେକ୍ଟର ପିଛା ୧୮ ହଜାର ଟଙ୍କା ସହାୟତା ଦିଆଯିବ। ସବୁଦିନିଆ ଫସଲ କ୍ଷତି ପାଇଁ ଇନ୍‌ପୁଟ୍‌ ସବ୍‌ସିଡି ଭାବେ ଚାଷୀଙ୍କୁ ସର୍ବନିମ୍ନ ୨୦୦୦ ଟଙ୍କା ଓ ଅନ୍ୟ ଫସଲ ପାଇଁ ୧୦୦୦ ଟଙ୍କା ଦିଆଯିବ।
ସେହିପରି କ୍ଷତିଗ୍ରସ୍ତ ୧୨ଟି ଜିଲ୍ଲାର ଚାଷୀମାନଙ୍କୁ ୧୨ ହଜାର କ୍ୱିଣ୍ଟାଲ୍‌ ବିହନ ରିହାତି ଦରରେ ଯୋଗାଇ ଦିଆଯିବ। ବର୍ତ୍ତମାନ ରିହାତି ପରିମାଣର ଅତିରିକ୍ତ ୨୫ ପ୍ରତିଶତ ଡିବିଟି ଜରିଆରେ ୨୦୨୧-୨୨ ରବି ଫସଲ ପାଇଁ ଦିଆଯିବ। କ୍ଷତିଗ୍ରସ୍ତ ଜିଲ୍ଲାର ଚାଷୀମାନଙ୍କୁ ୫୦ ହଜାର ଡାଲି ଜାତୀୟ ବିହନ ମିନି କିଟ୍‌ ଯୋଗାଇ ଦିଆଯିବ। ଏହାସହିତ ୪ ଲକ୍ଷ ପରିବାରକୁ ବିହନ ମିନିକିଟ୍‌ ମାଗଣାରେ ଯୋଗାଇ ଦିଆଯିବ। କ୍ଷତିଗ୍ରସ୍ତ ଜିଲ୍ଲାମାନଙ୍କର ଚାଷୀମାନଙ୍କୁ କୃଷି ଯାନ୍ତ୍ରିକୀକରଣ ନିମନ୍ତେ ୫୦ କୋଟି ଟଙ୍କାର ରିହାତି ଦିଆଯିବ। ଏହା ଡିବିଟି ଜରିଆରେ ପ୍ରଦାନ କରାଯିବ। କ୍ଷତିଗ୍ରସ୍ତ ଅଞ୍ଚଳରେ ୫୦୦୦ ପମ୍ପସେଟ୍ ୫୦ ପ୍ରତିଶତ ରିହାତିରେ ଯୋଗାଇ ଦିଆଯିବ। ଏଥିପାଇଁ ରିହାତିର ସର୍ବୋଚ୍ଛ ପରିମାଣ ୧୦ ହଜାର ଟଙ୍କା ଦିଆଯିବ। କ୍ଷତିଗ୍ରସ୍ତ ଚାଷୀଙ୍କୁ ୫୦ ପ୍ରତିଶତ ରିହାତିରେ ୫୦୦୦ ସ୍ପ୍ରେୟର (ସିଞ୍ଚନ ଯନ୍ତ୍ର) ଯୋଗାଇ ଦିଆଯିବ। ପାୱାର ସ୍ପ୍ରେୟର କ୍ଷେତ୍ରରେ ସର୍ବାଧିକ ୩୮୦୦ ଟଙ୍କା ଏବଂ ହସ୍ତଚାଳିତ ସ୍ପ୍ରେୟର କ୍ଷେତ୍ରରେ ସର୍ବାଧିକ ୭୫୦ ଟଙ୍କା ଦିଆଯିବ। ରୋଗପୋକ ନିୟନ୍ତ୍ରଣ ପାଇଁ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ମଧ୍ୟ ଏହି ପ୍ୟାକେଜରେ ବ୍ୟବସ୍ଥା ରଖାଯାଇଛି। ଏଥିପାଇଁ ରିହାତି ଚାଷୀଙ୍କୁ ଡିବିଟି ଜରିଆରେ ପ୍ରଦାନ କରାଯିବ। ସମୁଦାୟ ୧୬ ହଜାର ହେକ୍ଟର ଜମି ପାଇଁ ଏହି ସହାୟତା ବ୍ୟବାସ୍ଥା କରାଯିବ।

୩୩ ପ୍ରତିଶତ ବା ତାଠାରୁ ଧିକ ଫସଲ କ୍ଷତି ହୋଇଥିବା ଅଞ୍ଚଳରେ ଦିଆଯାଇଥିବା ସ୍ୱଳ୍ପମିଆଦୀ ଋଣକୁ ମଧ୍ୟମ ମିଆଦୀ ଋଣରେ ପରିଣତ କରାଯିବ। ସେହିପରି ଆସନ୍ତା ରବି ଋତୁ ପାଇଁ ଚାଷୀମାନେ ଯେପରି ସୁବିଧାରେ ଫସଲ ଋଣ ଓ କୃଷି ଋଣ କରିପାରିବେ। ସେଥିପାଇଁ ଆନୁଷ୍ଠାନିକ ଆର୍ଥିକ ସଂସ୍ଥା ଦ୍ୱାରା ସହାୟତାର ବ୍ୟବସ୍ଥା କରାଯିବ।

Leave A Reply

Your email address will not be published.