ବାରବାଟୀ ଦିନିକିଆ ମ୍ୟାଚର ପ୍ରଥମ ଟିକେଟ କିଣିଲେ ମୁଖ୍ୟମନ୍ତ୍ରୀ

31

ଭୁବନେଶ୍ବର: କଟକ ବାରବାଟୀ ଷ୍ଟାଡିୟମରେ ଦିନିକିଆ ମ୍ୟାଚ ପାଇଁ ପ୍ରଥମ ଟିକେଟ ପୁରୀ ମହାପ୍ରଭୁ ଜଗନ୍ନାଥ ମନ୍ଦିରକୁ ପ୍ରଦାନ କରିଛନ୍ତି ଓସିଏସମ୍ପାଦକ ସଞ୍ଜୟ ବେହେରା । ବାରବାଟୀ ଷ୍ଟାଡିୟମରେ କିଭଳି ମ୍ୟାଚ ସୁରୁଖୁରୁରେ ହେବ ସେନେଇ ମହାପ୍ରଭୁଙ୍କ ପାଖରେ ପ୍ରାର୍ଥନା କରିଛନ୍ତି । ଫେବ୍ରୁଆରୀ ୯ରେ ବାରବାଟୀରେ ଟିମ ଇଣ୍ଡିଆ – ଇଂଲଣ୍ଡ ମଧ୍ୟରେ ମୁକାବିଲା ହେବ । ଏପଟେ ବାରବାଟୀରେ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ ଟିକେଟ କିଣିଲେ ମୁଖ୍ୟମନ୍ତ୍ରୀ । ମ୍ୟାଚର ପ୍ରଥମ ଟିକେଟ କିଣିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ଓସିଏ ପ୍ରତିନିଧିମଣ୍ଡଳ । ଓସିଏ କାର୍ଯ୍ୟକାରୀ ସଭାପତି ପଙ୍କଜ ମହାନ୍ତି, ସମ୍ପାଦକ ସଞ୍ଜୟ ବେହେରା ଓ ଅନୁଗୁଳ ବିଧାୟକ ପ୍ରତାପ ପ୍ରଧାନ ଭେଟିଥିଲେ । ଫେବ୍ରୁଆରୀ ୯ରେ ହେବ ଭାରତ-ଇଂଲଣ୍ଡ ଦିନିକିଆ କ୍ରିକେଟ ମ୍ୟାଚ ।
 

Comments are closed, but trackbacks and pingbacks are open.