ଆଳିରେ ଡଙ୍ଗା ବୁଡ଼ି ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

33

ମୃତ ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଅନକମ୍ପାମୂଳକ ସହାୟତା ଘୋଷଣା

ଭୁବନେଶ୍ୱର : କେନ୍ଦ୍ରାପଡ଼ା ଜିଲ୍ଲା ଆଳିର ଏକ ମାଣିଆ ଘାଟ ରେ ନୌକା ଦୁର୍ଘଟଣା ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁବରଣ କରିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ଓ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ସମବେଦନା ପ୍ରକାଶ କରିଛନ୍ତି।

ମୃତବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଏହା ସହିତ ଆଜି ସନ୍ଧ୍ୟା ସୁଦ୍ଧା ଏହି ଅର୍ଥ ତାଙ୍କ ପରିବାରକୁ ଦେବା ପାଇଁ ସେ ଜିଲ୍ଲାପାଳ ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାନୁସାରେ,ଆଜି ସକାଳେ ରାଜନଗର ଏକମାଣିଆ – କେରଡ଼ାଗଡ଼ ଘାଟରେ ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ଡ଼ଙ୍ଗା ଓଲଟି ପଡିଥିଲା ।ଡଙ୍ଗାଟି ୨୫ ଜଣ ଯାତ୍ରୀଙ୍କୁ ଧରି ଡଙ୍ଗାଟି ଏକମାଣିଆ ପଞ୍ଚାୟତରୁ ରାଜନଗର କେରଡ଼ାଗଡ଼କୁ ଯାଉଥିଲା। ଏଥିରେ ଜଣେ ୧୨ ବର୍ଷର ନାବାଳକ ଦେବେନ୍ଦ୍ର ବେହେରାଙ୍କ ମୃତ୍ୟୁ ହୋଇଛି ଏବଂ ନାଉରିଆ ସୁଦର୍ଶନ ସ୍ୱାଇଁ ଏବେ ବି ନିଖୋଜ ଅଛନ୍ତି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ,ବନବିଭାଗ ଓ ସ୍ଥାନୀୟ ଲୋକଙ୍କ ଦ୍ୱାରା ଉଦ୍ଧାର କାର୍ଯ୍ୟ ଜାରିରହିଥିବା ବେଳେ ନାବାଳକଙ୍କ ମୃତ ଦେବ ଉଦ୍ଧାର ହୋଇଥିଲା ଇ କିନ୍ତୁ ବର୍ତ୍ତମାନ ପର୍ଯ୍ୟନ୍ତ ନାଉରି ସୁଦର୍ଶନ ସ୍ୱାଇଁ ନିଖୋଜ ଅଛନ୍ତି I

Comments are closed, but trackbacks and pingbacks are open.