୫ଟି ଜିଲ୍ଲାର ୧୩୦ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ, କହିଲେ “ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ”

13

ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ଟି ଜିଲ୍ଲାର ୧୦୭୫ଟି ରୂପାନ୍ତରିତ ସ୍କୁଲର ଲୋକାର୍ପଣ ଚାଲିଛି । ସାତ ଦିନର ଏହି କାର୍ଯ୍ୟକ୍ରମରେ ମଙ୍ଗଳବାର ଚତୁର୍ଥ ଦିବସରେ ନୂଆପଡା, ଗଞ୍ଜାମ, ସମ୍ଵଲପୁର, ରାୟଗଡ଼ା ଓ ନୟାଗଡ଼ ଆଦି ୫ଟି ଜିଲ୍ଲାର ୧୩୦ଟି ରୂପାନ୍ତର ସ୍କୁଲକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଲୋକାର୍ପିତ କରିଛନ୍ତି। ଆଜି ସୁଦ୍ଧା ୫୩୧ଟି ରୂପାନ୍ତରିତ ସ୍କୁଲ ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଛି । ଆଜି ଲୋକାର୍ପିତ ହୋଇଥିବା ୧୩୦ଟି ସ୍କୁଲ ମଧ୍ୟରୁ ନୂଆପଡା ର ୭ଟି, ଗଞ୍ଜାମ ର .୮୩ଟି, ସମ୍ବଲପୁର ର୨୫ .ଟି, ନୟାଗଡ଼୮ଟି ଓ ରାୟଗଡ଼ାର ୭ଟି ସ୍କୁଲ ରହିଛି । ଏହି ଅବସରରେ ଶିଶୁ ଦିବସ ପାଇଁ ପିଲାମାନଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ଉତ୍କର୍ଷତା ପାଇଁ ପ୍ରତିଯୋଗୀ ମନୋଭାବ ର ବିକାଶ ଜରୁରୀ । ରୂପାନ୍ତର ପରେ ସ୍କୁଲ ର ପରିବେଶ ପିଲାଙ୍କ ଭିତରେ ପ୍ରତିଯୋଗୀ ମନୋଭାବ କୁ ଅଧିକ ସୁଦୃଢ କରିଛି ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ ।ଶିକ୍ଷା କ୍ଷେତ୍ରରେ ରାଜ୍ୟରେ ଆରମ୍ଭ ହୋଇଥିବା ଏ ନୂଆ ଯୁଗର ପୁରା ସୁଯୋଗ ନେବା ପାଇଁ ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀ ମାନଙ୍କୁ ଆହ୍ବାନ ଜଣାଇଥିଲେ । ପ୍ରଥମ ପର୍ଯ୍ୟାୟରେ ୨୪ ନଭେମ୍ବର ସୁଦ୍ଧା ରାଜ୍ୟର ୧୦୭୫ଟି ସ୍କୁଲ ଲୋକାର୍ପଣ କାର୍ଯ୍ୟକ୍ରମ ଚାଲିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏହି ରୂପାନ୍ତର କାର୍ଯ୍ୟକ୍ରମ ପାଇଁ ସ୍ଥାନୀୟ ଅଞ୍ଚଳର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ତଥା ପିତାମାତା ଏବଂ ଅଭିଭାବକ ମାନଙ୍କୁ ଧନ୍ୟବାଦ ଜଣାଇଥିଲେ ।
ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ସ୍କୁଲରେ ତିଆରି ହୁଏ ଦେଶର ଭବିଷ୍ୟତ। ଜାତିର ଭବିଷ୍ୟତ । କଥାରେ ଅଛି, ପିଲାମାନେ ଆମ ଜନସଂଖ୍ୟାରେ ଏକ ତୃତୀୟାଂଶ ହେଲେ ବି ସେମାନେ ଆମର ପୁରା ଭବିଷ୍ୟତ (There is a saying that Children constitute one-third of our population, but all of our future.)। ସ୍କୁଲ ସମୟ ପିଲାମାନଙ୍କ ଜୀବନର ସବୁଠାରୁ ଗୁରୁତ୍ବପୂର୍ଣ୍ଣ ସମୟ ବୋଲି ମତଦେଇ ସେ କହିଥିଲେ ଯେ ଏ ସମୟରେ ପିଲାମାନଙ୍କୁ ସେମାନଙ୍କର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ଆମର ଦାୟିତ୍ବ। ମୁଖ୍ୟମନ୍ତ୍ରୀ କହିଲେ, “ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ। ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ । ନୂଆ ନୂଆ technology ବିଷୟରେ ଜାଣନ୍ତୁ । ବଡ ବଡ ସ୍ବପ୍ନ ଦେଖନ୍ତୁ ଓ ଜୀବନର ସବୁ challengeକୁ ସାମନା କରିବା ପାଇଁ ଆତ୍ମବିଶ୍ବାସର ସହ ଆଗକୁ ବଢନ୍ତୁ । ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ ।”

Leave A Reply

Your email address will not be published.