ତୀର୍ଥଯାତ୍ରୀଙ୍କ ପାଇଁ ସ୍ପେଶାଲ ଟ୍ରେନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

82

ଭୁବନେଶ୍ୱର: ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନାରେ ସ୍ପେଶାଲ୍ ଟ୍ରେନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ଭୁବନେଶ୍ୱର – ଶିରିଡ଼ି – ନାସିକ ଟ୍ରେନର ଶୁଭାରମ୍ଭ ହୋଇଛି । ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ ଓ ଢେଙ୍କାନାଳ ଜିଲ୍ଲାରୁ ୮ଶହ ବରିଷ୍ଠ ନାଗରିକମାନେ ତୀର୍ଥ ଯାତ୍ରାରେ ଯାଉଛନ୍ତି ।  ଚଳିତ ବର୍ଷ ପର୍ଯ୍ୟାୟକ୍ରମେ ମୋଟ ୧୦ଟି ଟ୍ରିପରେ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଚଳିତ ବର୍ଷ ୮ ହଜାର ବରିଷ୍ଠ ନାଗରିକ ତୀର୍ଥ ଯାତ୍ରାରେ ଯିବେ । ପ୍ରତି ଟ୍ରିପରେ ୮ଶହ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରାରେ ଯିବେ । ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା ମାଧ୍ୟମରେ ଶିରିଡ଼ି, ନାସିକ, କାମାକ୍ଷା, ବାରଣାସୀ, କୋଲକାତା ଦକ୍ଷିଣ କାଳୀ ମନ୍ଦିର, ଅଯୋଧ୍ୟା ଆଦି ୧୦ଟି ତୀର୍ଥ ସ୍ଥାନ ବୁଲିବେ ରାଜ୍ୟର ବରିଷ୍ଠ ନାଗରିକ । ଗାଁରୁ ଷ୍ଟେସନ ଓ ରେଳ ଷ୍ଟେସନରୁ ତୀର୍ଥ ସ୍ଥାନ ପର୍ଯ୍ୟନ୍ତ ଯାତାୟାତ, ରହିବା ଖାଇବା ପାଇଁ ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର । ଯାତ୍ରା ବେଳେ ସରକାରଙ୍କ ପକ୍ଷରୁ ଗାଇଡ ଓ ଏସ୍କର୍ଟ ଟିମ୍ ସୁବିଧା ତୀର୍ଥଯାତ୍ରୀଙ୍କୁ ଯୋଗାଇ ଦିଆଯିବ । ୬୦ ବର୍ଷରୁ ୭୫ ବର୍ଷ ବୟସ୍କ ନାଗରିକମାନେ ଏହି ସୁବିଧା ପାଉଛନ୍ତି ।  ଅନ୍ତଦ୍ୟୋୟ, ରାସନ କାର୍ଡ, ମନରେଗା କାର୍ଡ ଭଳି ଆର୍ଥିକ ଅନଗ୍ରସର ପ୍ରମାଣପତ୍ର ଦେଇ ଆବେଦନ ମାଧ୍ୟମରେ ବରିଷ୍ଠ ନାଗରିକମାନେ ତୀର୍ଥ ଯାତ୍ରା ସୁବିଧା ପାଇପାରିବେ ।

Comments are closed, but trackbacks and pingbacks are open.