ପିଣ୍ଟୁଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

28

ଓଡିଆ ଚଳଚ୍ଚିତ୍ର ପାଇଁ ଅପୂରଣୀୟ କ୍ଷତି : ଛତିଶଗଡ ରାଜ୍ୟପାଳ

ଓଲିଉଡ୍ ଅଭିନେତା ପିଣ୍ଟୁ ନନ୍ଦଙ୍କ ଦେହାନ୍ତ । ଟ୍ୱିଟ୍ କରି ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି ଲେଖିଛନ୍ତି, ଓଡ଼ିଆ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ନିଜ ନିଖୁଣ ଅଭିନୟ ଦ୍ୱାରା ଚଳଚ୍ଚିତ୍ର ଏବଂ ଧାରାବାହିକରେ ସେ ଛାଡିଯାଇଥିବା ଛାପ ତାଙ୍କୁ ଦର୍ଶକଙ୍କ ହୃଦୟରେ ସର୍ବଦା ସ୍ମରଣୀୟ କରି ରଖିବ।

ପିଣ୍ଟୁ ନନ୍ଦଙ୍କ ବିୟୋଗ । ଛତିଶଗଡ଼ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ମଧ୍ୟ ଶୋକ ପ୍ରକାଶ କରିଛନ୍ତି । ଓଡ଼ିଆ ଅଭିନେତା ପିଣ୍ଟୁ ନନ୍ଦଙ୍କ ଅକାଳ ବିୟୋଗ ଜନିତ ଖବର ପାଇବା ପରେ ଛତିଶଗଡ ରାଜ୍ୟପାଳ ବିଶ୍ଵଭୂଷଣ ହରିଚନ୍ଦନ ଅତ୍ୟନ୍ତ ମର୍ମାହତ ହେବା ସହିତ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।

ଓଡ଼ିଆ ଆଲବମରୁ ନିଜର ଅଭିନୟ ଜୀବନ ଆରମ୍ଭ କରି ଅନେକ ଓଡ଼ିଆ ଚଳଚ୍ଚିତ୍ରରେ ସୁନ୍ଦର ଅଭିନୟ କରିଥିଲେ । ତାଙ୍କର ସୁନ୍ଦର ଅଭିନୟ ପାଇଁ ସେ ଓଡ଼ିଶା ଚଳଚ୍ଚିତ୍ର ଜଗତରେ ସୁନାମ ଅର୍ଜନ କରିଥିଲେ । ତାଙ୍କର ଏହିପରି ଅକାଳ ବିୟୋଗ ଓଡ଼ିଆ ଚଳଚ୍ଚିତ୍ର ପାଇଁ ଏକ ଅପୂରଣୀୟ କ୍ଷତି । ଏହି ଦୁଃଖଦ ମୁହୂର୍ତ୍ତରେ ରାଜ୍ୟପାଳ ତାଙ୍କ ସ୍ଵର୍ଗତ ଆତ୍ମାର ସଦଗତି କାମନା କରିବା ସହିତ ଦୁଃଖଦ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ସେହିପରି ବିଜେପିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ବି ପିଣ୍ଟୁ ନନ୍ଦଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ।

Comments are closed, but trackbacks and pingbacks are open.