ଶୋକପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ

23

ଆଜି ବିଧାନସଭା ବଜେଟ ଅଧିବେଶନର ପ୍ରଥମ ଦିନରେ ଅଭିଭାଷଣ ରଖିଛନ୍ତି ରାଜ୍ୟପାଳ । ରାଜ୍ୟପାଳଙ୍କ ଅଭିଭାଷଣ ପରେ ଗୃହରେ ଶୋକପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିବଙ୍ଗତ ସଦସ୍ୟ ନବକିଶୋର ଦାସ, ଗଙ୍ଗାଧର ଦାସ ଓ ଅର୍ଜୁନ ଚରଣ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି ।

ଶୋକ ପ୍ରସ୍ତାବକୁ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଓ ବିଧାୟକ ଲକ୍ଷ୍ମଣ ମୁଣ୍ଡା ସମର୍ଥନ କରିବା ସହ ଦିବଙ୍ଗତଙ୍କ ଉଦ୍ଦେଶ୍ୟରେ ୧ ମିନିଟର ନୀରବ ପ୍ରାର୍ଥନା କରିଥିଲେ ।ଆସନ୍ତାକାଲି ଯାଏଁ ଗୃହକୁ ମୁଲତବୀ ଘୋଷଣା କଲେ ବାଚସ୍ପତି ।

ତେବେ ଆଜି ଗୃହରେ ରାଜ୍ୟପାଳଙ୍କ ଅଭିଭାଷଣ ଆରମ୍ଭରୁ ନବ ଦାସଙ୍କ ହତ୍ୟା ଓ ରାଜ୍ୟର ଏମିତିକି ନବ ଦାସଙ୍କ ମୃତ୍ୟୁକୁ ନେଇ ସାଂଘାତିକ ଅଭିଯୋଗ ଆଣିଛନ୍ତି ବିରୋଧୀ ଦଳ ନେତା । ସରକାରଙ୍କୁ ଟାର୍ଗେଟ କରିବା ସହ ସିବିଆଇ ତଦନ୍ତ ଦାବି କରିଛନ୍ତି ।

Comments are closed, but trackbacks and pingbacks are open.