ଭିଡ଼ିଓ କନଫୋରେନସିଂ ଯୋଗେ ବାତ୍ୟା ମୁକାବିଲା ସ୍ଥିତି ର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

25

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ମନ୍ତ୍ରୀ ଅମିତ ଶାହା ଙ୍କ ଅଧ୍ୟକ୍ଷତା ରେ ବସୁଥିବା ମାଓ ମୁକାବିଲା ବୈଠକ ରେ ଯୋଗ ଦେବା ପାଇଁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି Iଦିଲ୍ଲୀ ରେ ଥାଇଆଜି ଭିଡିଓ କନ୍‌ଫରେନ୍‌ସିଂ ଯୋଗେ ବାତ୍ୟା ‘ଗୁଲାବ’ର ମୁକାବିଲା ପାଇଁ ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜୀବନ ରକ୍ଷା ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରିଥିଲେ ।

ଉନ୍ନୟନ କମିଶନର ତଥା ସ୍ୱତନ୍ତ୍ର ରିଲିଫ କମିଶନର ଶ୍ରୀ ପ୍ରଦୀପ ଜେନା ପରିସ୍ଥିତି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । ପ୍ରଭାବିତ ଜିଲ୍ଲା ମାନଙ୍କରେ ୪୨ଟି ଓଡ୍ରାଫ, ୨୪ NDRF, ୧୦୩ ଅଗ୍ନିଶମ ଦଳ ମୁତୟନ କରାଯାଇଛି ବୋଲି ସୂଚନା ଦେଇଥିଲେ । ବାତ୍ୟା ଆଶ୍ରୟସ୍ଥଳ ମାନଙ୍କରେ ମାସ୍କ ଓ ସାନିଟାଇଜର ବ୍ୟବସ୍ଥା ସହିତ ସାମାଜିକ ଦୂରତା ଉପରେ ଗୁରୁତ୍ବ ଦିଆଯାଉଛି ବୋଲି ସୂଚନା କହିଛନ୍ତି।

ଆଜି ଅପରାହ୍ନ ସୁଦ୍ଧା ଗୁଲାବ ପ୍ରଭାବିତ ଜିଲ୍ଲା ମାନଙ୍କର ତଳିଆ ତଥା ବନ୍ୟାପ୍ରବଣ ସ୍ଥାନ ମାନଙ୍କରୁ ଏବଂ କଚ୍ଚା ଘର ମାନଙ୍କରୁ ଲୋକମାନଙ୍କୁ ସ୍ଥାନାନ୍ତର କରାଯିବ। ସହିତ ଭୂସ୍ଖଳନ ସଂଭାବନା ଥିବା ଅଞ୍ଚଳ ମାନଙ୍କରେ ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ କରିବା ପାଇଁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ । ବାତ୍ୟା ଆଶ୍ରୟସ୍ଥଳ ମାନଙ୍କରେ କୋଭିଡ ନିୟମାବଳୀକୁ କଡାକଡି ଭାବରେ ପାଳନ କରାଯିବା ତଥା ମାସ୍କ ବ୍ୟବହାରକୁ ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହାସହିତ ଆସ୍କା, ଗୁଡାରୀ, ଗୁଣପୁର, କଡିନଗର ଏବଂ ପୁରୁଷୋତ୍ତମପୁର ତଥା ଅନ୍ୟ ବନ୍ୟା ପ୍ରବଣ ଗାଁ ମାନଙ୍କରେ ଥିବା ବନ୍ଧବାଡ ଉପରେ ସତର୍କ ଦୃଷ୍ଟି ରଖିବା ପାଇଁ ପରାମର୍ଶ ଦେଇଥିଲେ ।

ସବୁପ୍ରକାର ମୌଳିକ ବ୍ୟବସ୍ଥା ଗ୍ରହଣ କରାଯିବା ସଂଗେ ସଂଗେ ଗର୍ଭବତୀ ମହିଳା, ବୟସ୍କ ଓ ଶିଶୁ ମାନଙ୍କ ପ୍ରତି ସ୍ୱତନ୍ତ୍ର ଧ୍ୟାନ ଦେବାପାଇଁ ମଧ୍ୟ ପରାମର୍ଶ ଦେଇଥିଲେ । ବାତ୍ୟା ପରେ ପରେ ରାସ୍ତା ସଫା କରିବା, ବିଦ୍ୟୁତ ଓ ଜଳଯୋଗାଣ ବ୍ୟବସ୍ଥାର ପୁନରୁଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରିବା ପାଇଁ ଆଗୁଆ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ମିଶନ ଶକ୍ତି ଗୋଷ୍ଠୀ, NGO. ଓ ସ୍ୱେଚ୍ଛାସେବୀମାନଙ୍କୁ ସାମିଲ କରିବା ପାଇଁ ପରାମର୍ଶ ଦେଇଥିଲେ । ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତା କାଲି ପ୍ରଭାବିତ ସମସ୍ତ ୧୧ ଗୋଟି ଜିଲ୍ଲାର ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।ପରବର୍ତ୍ତୀ ସମୟରେ ଜିଲ୍ଲାପାଳ ମାନେ ସ୍ଥାନୀୟ ପରିସ୍ଥିତିକୁ ବିଚାରକୁ ନେଇ ସ୍କୁଲ ଖୋଲିବା ସଂପର୍କରେ ନିଷ୍ପତ୍ତି ଗ୍ରହଣ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଗଞ୍ଜାମ, ଗଜପତି, ରାୟଗଡା ଓ କୋରାପୁଟର ଜିଲ୍ଲାପାଳ ମାନେ ଜିଲ୍ଲାର ପରିସ୍ଥିତି ଏବଂ ବାତ୍ୟାର ମୁକାବିଲା ପାଇଁ ନିଆଯାଇଥିବା ଆଗୁଆ ପଦକ୍ଷେପ ଓ ସେମାନଙ୍କର ଆବଶ୍ୟକତା ସଂପର୍କରେ ବୈଠକରେ ଜଣାଇଥିଲେ ।ମୁଖ୍ୟମନ୍ତ୍ରୀଙ୍କ ସହ ଦିଲ୍ଲୀ ଯାଇଥିବା ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିବା ସହିତ ,ଜଳସଂପଦ ବିଭାଗର ପ୍ରମୁଖ ସଚିବ, ଶକ୍ତି ବିଭାଗର ପ୍ରମୁଖ ସଚିବ, ମତ୍ସ୍ୟ ଓ ପଶୁସଂପଦ ବିଭାଗର ସଚିବ ଓ ପ୍ରଭାବିତ ୧୧ଟି ଜିଲ୍ଲାର ଜିଲ୍ଲାପାଳ ମାନେ ବୈଠରେ ଭାଗ ନେଇଥିଲେ ।

Leave A Reply

Your email address will not be published.