ସ୍ମାର୍ଟ ସ୍କୁଲ ରୂପାନ୍ତରଣ ଅନୁଧ୍ୟାନରେ ଯାଇ ପିଲାଙ୍କ ସହ କ୍ଲାସ ରୁମ ରେ ବସିଲେ ମୁଖ୍ୟମନ୍ତ୍ରୀ

155

ଆଜି ଗଂଜାମ ଜିଲ୍ଲା ଗସ୍ତ କାର୍ଯ୍ୟକ୍ରମ ଅବସରରେ ସ୍ମାର୍ଟ ସ୍କୁଲ ରୂପାନ୍ତରଣର ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଇ ଗଂଜାମ ଜିଲ୍ଲା ର ହିଞ୍ଜିଳିକାଟୁସ୍ଥିତ ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟରେ କ୍ଲାସ ରୁମରେ ପିଲାଙ୍କ ସହ କିଛି ସମୟ ବସି ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। । ଏହା ପରେ ନିଜ ନିର୍ବାଚନ କ୍ଷେତ୍ରରେ ସ୍ମାର୍ଟ ସ୍କୁଲ ରୂପାନ୍ତରଣର ଅନୁଧ୍ୟାନ କରିଥିଲେ ।
ମୁଖ୍ୟମନ୍ତ୍ରୀ ସ୍ମାର୍ଟ କ୍ଲାସରେ ପିଲାମାନଙ୍କ ସହ ଆଲୋଚନା କରୁଥିବା ସମୟରେ ଜଣେ ଛାତ୍ର ମୁଖ୍ୟମନ୍ତ୍ରୀଙ୍କୁ ଏକ ଫଟୋଚିତ୍ର ଉପହାର ଦେଉଥିବା ଦେଖିବାକୁ ମିଳିଥିଲା । ସ୍କୁଲରେ ପ୍ରତିଷ୍ଠା ହୋଇଥିବା ଅତ୍ୟାଧୁନିକ ଲାବୋରେଟୋରୀ ଓ ଲାଇବ୍ରେରୀକୁ ବୁଲି ଦେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହିତ ସ୍କୁଲ ଭିଜିଟର୍ସ ବୁକରେ ନିଜର ବାର୍ତା ମଧ୍ୟ ଦେଇଛନ୍ତି । ରାଜ୍ୟ ସରକାରଙ୍କ ୫ଟି ଯୋଜନାରେ ସ୍ୱାସ୍ଥ୍ୟ ସେବା ସହ ଶିକ୍ଷା କ୍ଷେତ୍ରକୁ ଗୁରୁତ୍ୱ ଦେଇ ଆରମ୍ଭ ହୋଇଛି ସରକାରୀ ସ୍କୁଲର ରୂପାନ୍ତରଣ କାର୍ଯ୍ୟକ୍ରମ । ଗଞ୍ଜାମ ଜିଲ୍ଲାରେ ମୋଟ୍ ୫୩ଟି ସ୍କୁଲକୁ ସ୍ମାର୍ଟ ସ୍କୁଲରେ ରୂପାନ୍ତରଣ କରାଯାଇଛି ।

Leave A Reply

Your email address will not be published.