ସମୁଦ୍ରକୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ ବେଳେ ଉଦ୍ଧାର କଲେ କୋଷ୍ଟଗାର୍ଡ

30

ପୁରୀ ସମୁଦ୍ରକୁ ଡେଇଁ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ଉଦ୍ଧାର କରିଛି ଅଗ୍ନିଶମ ବିଭାଗ। ସେହି ସମୟରେ ବେଳାଭୂମିରେ ମୁତୟନ ଥିବା ଲାଇଫଗାର୍ଡ ଏହା ଦେଖି ତୁରନ୍ତ ତାଙ୍କୁ ଉଦ୍ଧାର କରିଥିଲେ। ଉଦ୍ଧାର ମହିଳା ଭୁବନେଶ୍ବର ଚକେଇସିଆଣିର ଅତୁଲ କୁମାର ରାଉତଙ୍କ ସ୍ତ୍ରୀ ଉର୍ମିଳା ରାଉତଙ୍କୁ ଉଦ୍ଧାର କରି ପ୍ରାଥମିକ ଚିକିତ୍ସା କରାଯାଇଛି।

ଖବର ଅନୁଯାୟୀ, କୌଣସି କାରଣକୁ ନେଇ ମଙ୍ଗଳବାର ସକାଳେ ମହିଳା ଜଣକ ସମୁଦ୍ରକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରୁଥିଲେ। ତେବେ ସମୁଦ୍ର କୂଳରେ ପର୍ଯ୍ୟଟକଙ୍କ ସୁରକ୍ଷା ଦାୟିତ୍ବରେ ଥିବା ଅଗ୍ନିଶମ ବିଭାଗର କର୍ମଚାରୀଙ୍କ ନଜରରେ ଏହା ପଡିଥିଲା। କର୍ମଚାରୀ ମାନେ ସଙ୍ଗେ ସଙ୍ଗେ ମହିଳାଙ୍କୁ ଉଦ୍ଧାର କରିବା ସହ ପୋଲିସକୁ ଖବର ଦେବା ପରେ ସମୁଦ୍ର କୂଳ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ତେବେ କେଉଁ କାରଣରୁ ମହିଳାଜଣକ ଆତ୍ମହତ୍ୟା ଉଦ୍ୟମ କରୁଥିଲେ ତାହା ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି ସମୁଦ୍ର କୂଳ ଥାନା ଅଧିକାରୀ କହିଛନ୍ତି।

Comments are closed, but trackbacks and pingbacks are open.