ଗଣେଶ ପୂଜା ଅବସରରେ ଉତ୍ସବମୁଖର ସାରା ଦେଶ

83

ଭୁବନେଶ୍ବର: ଭାରତୀୟ ସଂସ୍କୃତିର ଆରାଧ୍ୟ ପଞ୍ଚ ଦେବତା ମଧ୍ୟରେ ବୁଦ୍ଧିଦାତା ଶ୍ରୀଗଣେଶ ଅନ୍ୟତମ। ସେ ଅଗ୍ରପୂଜ୍ୟ। ବିଘ୍ନ ବିନାଶକ ହୋଇଥିବାରୁ ଯେ କୌଣସି ଶୁଭକର୍ମ ପାଇଁ ପୂଜା କରିିବା ପୂର୍ବରୁ ପ୍ରଥମେ ଗଣେଶଙ୍କୁ ବନ୍ଦନା କରାଯାଏ। କେବଳ ଆମ ଓଡିଶା ନୁହେଁ, ସାରା ଭାରତ ବର୍ଷରେ ଗଣେଶଙ୍କୁ ପୂଜା କରାଯାଏ। ଜୈନ ଓ ବୌଦ୍ଧଧର୍ମରେ ମଧ୍ୟ ଗଣପତିଙ୍କୁ ସ୍ୱୀକାର କରାଯାଏ। ଏହା ୫ମ ଶତାବ୍ଦୀରୁ ଶେଷ ଭାଗରେ ଆରମ୍ଭ ହୋଇଥିବାର ଜଣାଯାଏ। ଭାଦ୍ରବ(ଚାନ୍ଦ୍ର)ମାସ ଶୁକ୍ଳପକ୍ଷ ଚତୁର୍ଥୀ ତିଥିରେ ଏହା ପାଳନ କରାଯାଏ। ଗଣେଶ = ଗଣ+ଈଶ ଅର୍ଥାତ୍ ଗଣ ମାନଙ୍କର ଈଶ୍ୱର ବା ଗଣଦେବତା। ଏହା ଏକ ସାର୍ବଜନୀନ ପୂଜା। ପ୍ରତ୍ୟେକ ଘରେ, ବିଦ୍ୟାଳୟରେ, କ୍ଲବରେ, ବ୍ୟବସାୟ ପ୍ରତିଷ୍ଠାନରେ ସମସ୍ତ ବର୍ଗର ଲୋକମାନେ ଏହି ପୂଜାକୁ ଅତି ଶ୍ରଦ୍ଧା, ଭକ୍ତିରେ ପାଳନ କରାଯାଉଛି। ଗଣେଶ ବିଦ୍ୟା ଓ ବୁଦ୍ଧିର ଦେବତା। ଅନ୍ୟନାମ ବିଘ୍ନେଶ । ସମସ୍ତ ବିଘ୍ନ ଓ ବିପଦର ସେ ବିନାଶକାରୀ। ଆଜି ଗଣେଶ ପୂଜା ଅବସରରେ ସାରା ଦେଶ ଉତ୍ସବମୁଖର। 

Comments are closed, but trackbacks and pingbacks are open.