୩ ସହର ର ମେୟର ପଦ ପାଇଁ ପ୍ରକାଶ ପାଇଲା ଚୂଡ଼ାନ୍ତ ସଂରକ୍ଷଣ ତାଲିକା

16

ପୌର ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ପୌର ନିର୍ବାଚନ ପାଇଁ ଚୂଡ଼ାନ୍ତ ସିଟ୍‍ ସଂରକ୍ଷଣ ଓ ସୀମା ନିର୍ଦ୍ଧାରଣ ତାଲିକା ପ୍ରକାଶ ପାଇଛି । ନଗର ଉନ୍ନୟନ ବିଭାଗ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ, ରାଜ୍ୟ ନିର୍ବାଚନ କମିଶନଙ୍କୁ ତାଲିକା ଦିଆଯାଇଛି । ଭୁବନେଶ୍ୱର, କଟକ ଓ ବ୍ରହ୍ମପୁର ମେୟର ପଦବୀ ପାଇଁ ସଂରକ୍ଷଣ ଚୂଡାନ୍ତ ହୋଇଛି । ଭୁବନେଶ୍ୱର ଓ ବ୍ରହ୍ମପୁର ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ ହୋଇଛି । ହେଲେ କଟକ ମେୟର ଆସନ ଅଣ ସଂରକ୍ଷିତ ରଖାଯାଇଛି । ଭୁବନେଶ୍ୱ୍ୱରର ୬୭ଟି ୱାର୍ଡ, କଟକର ୫୯ଟି ୱାର୍ଡ ଓ ବ୍ରହ୍ମପୁରର ୪୨ଟି ୱାର୍ଡରେ ନିର୍ବାଚନ ହେବ । ଭୁବନେଶ୍ୱରର ୨ ଓ ୩୪ ଓ ୧୩ ନମ୍ବର ୱାର୍ଡ ଅନୁସୂଚିତ ଜାତି ମହିଳାଙ୍କ ପାଇଁ ସଂରକ୍ଷିତ ରଖାଯାଇଛି । ସେହିପରି ୩୬, ୧୮ ଓ ୨୧ ନମ୍ବର ୱାର୍ଡ ଅନୁସୂଚିତ ଜାତି ପାଇଁ ସଂରକ୍ଷିତ ରଖାଯାଇଛି । ୨୨ ଓ ୨୬ ନମ୍ବର ୱାର୍ଡ ଅନୁସୂଚିତ ଜନଜାତି ମହିଳାଙ୍କ ପାଇଁ ସଂରକ୍ଷିତ ଥିବାବେଳେ ୮ ନମ୍ବର ୱାର୍ଡ ଅନୁସୂଚିତ ଜନଜାତି ପାଇଁ ସଂରକ୍ଷିତ ରହିଛି ।

ସେହିପରି ୩ ମହାନଗରର ୱାର୍ଡ ସୀମା ନିର୍ଦ୍ଧାରଣ କରାଯାଇଛି । ବ୍ରହ୍ମପୁର, କଟକ, ଭୁବନେଶ୍ୱର ପାଇଁ ଓ୍ୱାର୍ଡ ସୀମା ନିର୍ଦ୍ଧାରଣ ଚୂଡ଼ାନ୍ତ ହୋଇଛି । ସୀମା ନିର୍ଦ୍ଧାରଣ ସହ ପ୍ରକାଶ ପାଇଛି ଚୂଡ଼ାନ୍ତ ସଂରକ୍ଷଣ ତାଲିକା। ବ୍ରହ୍ମପୁରର ମୋଟ୍ ୪୨ଟି ଓ୍ୱାର୍ଡରୁ ୨୩ଟି ଓ୍ୱାର୍ଡ ସଂରକ୍ଷିତ ରହିଛି । କଟକରେ ମୋଟ୍ ୫୯ଟି ଓ୍ୱାର୍ଡରୁ ୩୩ଟି ୱାର୍ଡ ସଂରକ୍ଷିତ ରହିଛି । ଭୁବନେଶ୍ୱରର ୬୭ଟି ଓ୍ୱାର୍ଡରୁ ୩୮ଟି ସଂରକ୍ଷିତ ନେଇ ତାଲିକା ପ୍ରକାଶ ପାଇଛି ।

Leave A Reply

Your email address will not be published.