‘ଗରିବ ଲୋକର ଖୁସି ମୋର ସବୁଠାରୁ ବଡ ଖୁସି’ … ମୁଖ୍ୟମନ୍ତ୍ରୀ
କେନ୍ଦୁପତ୍ର କର୍ମଚାରୀଙ୍କୁ ମିଳିଲା ସହାୟତା

23

ଭୁବନେଶ୍ୱର : ୨୭-୧୧-୨୦୨୨ : ଘୋଷଣା ଅନୁଯାୟୀ ଆଜି ସହାୟତା ପାଇଛନ୍ତି କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ସିଜିନାଲ କର୍ମଚାରୀ । ମଧ୍ୟବର୍ତ୍ତୀ କାଳୀନ ସହୟତା ଭାବରେ ତୋଳାଳୀ ୧୦୦୦ ଟଙ୍କା ପାଇଥିବାବେଳେ ବନ୍ଧାଳୀ ଓ ସିଜିନାଲ କର୍ମଚାରୀଙ୍କୁ ମିଳିଛି ୧୫୦୦ ଟଙ୍କା ।ଆଜି ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସହାୟତା ବଣ୍ଟନ କରିଛନ୍ତି । ହିତାଧିକାରୀଙ୍କ ଖାତାକୁ ୪୩କୋଟି ଟଙ୍କା ଦିଆଗଲା । DBT ଜରିଆରେ ଏହି ସହାୟତା ହିତାଧିକାରୀଙ୍କ ବ୍ଯାଙ୍କ ଖାତାରେ ଜମା ହୋଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗରିବ ଲୋକର ଖୁସି ହିଁ ତାଙ୍କର ସବୁଠାରୁ ବଡ ଖୁସି । ଗରିବ ଲୋକଙ୍କ ସହ ସେ ସବୁବେଳେ ରହିଛନ୍ତି ଓ ସେମାନଙ୍କ କଲ୍ଯାଣ ପାଇଁ ତାଙ୍କର ଉଦ୍ୟମ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।ଉପନିର୍ବାଚନ ଆଚରଣବିଧି ଉଠିବା ପରେ ବରଗଡ ଜିଲ୍ଲାର ତୋଳାଳୀ ଓ ଅନ୍ଯ କେନ୍ଦୁପତ୍ର କର୍ମଚାରୀ ମାନଙ୍କୁ ଏ ସବୁ ସହାୟତା ମିଳିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ । କେନ୍ଦୁପତ୍ର ହେଉଛି ଗରିବ ଲୋକ ର ଦାନା ପାଣିର କଥା । ତେଣୁ ତା ଉପରେ ୧୮%GST କୁ ନାପସନ୍ଦ କରି ଏହାର ସମ୍ପୂର୍ଣ୍ଣ ଉଛେଦ ପାଇଁ ମୁଖ୍ୟମନ୍ତ୍ରୀ ଏହି ଅବସରରେ କେନ୍ଦ୍ର ନିକଟରେ ଦାବୀ କରିଥିଲେ ।

Comments are closed, but trackbacks and pingbacks are open.