ଅନୁଭବ ବର୍ଷା ଙ୍କ ପାରିବାରିକ ବିବାଦ ମାମଲା : ଅନୁଭବଙ୍କ ଆବେଦନକୁ ରଦ୍ଦ କଲେ ହାଇକୋର୍ଟ

0 102

ଅନୁଭବ ବର୍ଷା ମଧ୍ୟରେ ଚାଲିଥିବା ଦାମ୍ପତ୍ୟ କଳହକୁ ନେଇ ଫ୍ୟାମିଲି କୋର୍ଟରେ ମାମଲା ଚାଲିଥିବା ବେଳେ ଏହାର ତ୍ୱରିତ ଶୁଣାଣି ନିର୍ଦ୍ଦେଶ ପାଇଁ ଆବେଦନ କରିଥିଲେ ଅନୁଭବ ମହାନ୍ତି। ମାତ୍ର ଅନୁଭବଙ୍କ ଏହି ଆବେଦନର ଅନ୍ତ ଘଟାଇଛନ୍ତି ହାଇକୋର୍ଟ। ପାରିବାରିକ ଅଦାଲତରେ ବିଚାର ଆରମ୍ଭ ହୋଇଥିବାରୁ ମାମଲାର ଅନ୍ତ ଘଟାଇଛନ୍ତି ହାଇକୋର୍ଟ ।
ସୂଚନାଯୋଗ୍ୟ, ପତ୍ନୀ ବର୍ଷାଙ୍କ ସହ ହୋଇଥିବା ପାରିବାରିକ ବିବାଦକୁ ନେଇ ହାଇକୋର୍ଟରେ ଦ୍ୱାରସ୍ଥ ହୋଇଥିଲେ ଅନୁଭବ। ବିବାହ ବିଚ୍ଛେଦ ମାମଲାର ଚୂଡ଼ାନ୍ତ ଶୁଣାଣି ପାଇଁ ସେ ଆବେଦନ କରିଥିଲେ। ଚୂଡ଼ାନ୍ତ ଶୁଣାଣି ନେଇ ସମୟ ନିର୍ଦ୍ଧାରଣ କରିବାକୁ ସେ ଆବେଦନ କରିଥିଲେ। ଗତ କିଛି ଦିନ ହେବ ନିୟମିତ ବ୍ୟବଧାନରେ ଉଭୟଙ୍କ ମଧ୍ୟରେ କୋର୍ଟରେ ବୁଝାମଣା ଚାଲିଥିବା ବେଳେ ଉଭୟଙ୍କ ମଧ୍ୟରେ ସମ୍ମତି ହୋଇପାରି ନାହିଁ।
ଉଭୟଙ୍କ ଭିତରେ ଆପୋଷ ସମାଧାନ ପାଇଁ ପ୍ରକ୍ରିୟା ଚାଲିଥିବା ବେଳେ ତାହା ଫଳପ୍ରଦ ହୋଇପାରି ନ ଥିଲା। ଅପରପକ୍ଷେ, ଅନୁଭବ ଏହାର ତ୍ୱରିତ ଶୁଣାଣି ପାଇଁ ଆବେଦନ କରିଥିଲେ। ଆପୋଷ ବୁଝାମଣା ସମ୍ଭବ ହୋଇପାରୁ ନ ଥିବା ହୃଦୟଙ୍ଗମ କରି ଏହାର ତ୍ୱରିତ ବିଚାର ପ୍ରକ୍ରିୟାକୁ କୋର୍ଟ ପକ୍ଷରୁ ରଦ୍ଦ କରିଦିଆଯାଇଥିବା ଜଣାଯାଇଛି।

Leave A Reply

Your email address will not be published.