ଅଁଳା ନବମୀ ପର୍ବର ମାହାତ୍ମ୍ୟ

148

ଭୁବନେଶ୍ବର: ହିନ୍ଦୁ ବିଶ୍ୱାସ ଅନୁଯାୟୀ କାର୍ତ୍ତିକ ମାସରେ ଅନେକ ପର୍ବ ପାଳନ କରାଯାଏ। ସେହିପରି ଏହି ମାସର ଶୁକ୍ଳ ପକ୍ଷ ନବମୀ ତିଥିରେ ଅଁଳା ନବମୀ ପାଳନ କରାଯାଇଥାଏ। ଯାହା ଆଜି ପାଳିତ ହେଉଛି। ଉତ୍ତର ଏବଂ ମଧ୍ୟ ଭାରତରେ ଅଁଳା ନବମୀର ପର୍ବ ପାଳନ କରାଯାଏ।ବିଶ୍ୱାସ କରାଯାଏ ଯେ ଅଁଳା ନବମୀ ଦିନ ଭଗବାନ କୃଷ୍ଣ ଗୋପପୁର ଛାଡି ମଥୁରା ଯାଇଥିଲେ। ଏହି ଦିନ, ସେ ପିଲାଦିନର ଖେଳକୂଦ ଛାଡି ନିଜ କର୍ତ୍ତବ୍ୟର ପଥରେ ପାଦ ଦେଇଥିଲେ। ଏହି ପୂଜା ବିଶେଷ କରି ଉତ୍ତର ଭାରତରେ କରାଯାଏ। ମହିଳାମାନେ ପୂର୍ଣ୍ଣ ରୀତିନୀତି ସହିତ ଅଁଳା ଗଛକୁ ପୂଜା କରିଥାନ୍ତି। ଏହି ପୂଜା ପିଲା ଏବଂ ପରିବାରର ମଙ୍ଗଳ ଉଦ୍ଦେଶ୍ୟରେ ପାଳନ କରାଯାଇଥାଏ।

Comments are closed, but trackbacks and pingbacks are open.