ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି

120

ଭୁବନେଶ୍ୱର: ମେ ୨୫ ତାରିଖ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ ଲୋକସଭା କ୍ଷେତ୍ର ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି। ସେହିପରି କଟକ, ପୁରୀ, ଭୁବନେଶ୍ବର ଲୋକସଭା କ୍ଷେତ୍ର ପାଇଁ ବି ବିଜ୍ଞପ୍ତି ପ୍ରକାଶ ପାଇଛି। ୬ ଲୋକସଭା କ୍ଷେତ୍ରରେ ନିର୍ବାଚନ ସମୟ ମଧ୍ୟ ପ୍ରକାଶ ପାଇଛି। ଓଡ଼ିଶାରେ ୩ୟ ପର୍ଯ୍ୟାୟର ୫ ସଂସଦୀୟ କ୍ଷେତ୍ରରେ ସକାଳ ୭ରୁ ୬ଟା ଭୋଟିଂ ହେବ। କେନ୍ଦୁଝର, ଢେଙ୍କାନାଳ, କଟକରେ ସକାଳ ୭ରୁ ୬ଟା ପର୍ଯ୍ୟନ୍ତ ଭୋଟିଂ ହେବ।

ପୁରୀ, ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ସକାଳ ୭ରୁ ୬ଟା ପର୍ଯ୍ୟନ୍ତ ଭୋଟିଂ ହେବ। ତେବେ ସମ୍ବଲପୁର ଲୋକସଭା କ୍ଷେତ୍ରର ବିଭିନ୍ନ ବିଧାନସଭା ନିର୍ବାଚନ ମଣ୍ଡଳୀରେ କିଛିଟା ସମୟ ପରିବର୍ତ୍ତନ କରାଯାଇଛି। କୁଚିଣ୍ଡା, ରେଢାଖୋଲରେ ସକାଳ ୭ଟାରୁ ୪ଟା ଭୋଟ୍ ସମୟ ନିର୍ଦ୍ଦାରଣ କରାଯାଇଛି। ଦେବଗଡ଼ରେ ସକାଳ ୭ଟାରୁ ଅପରାହ୍ଣ ୫ଟା ଯାଏ ଭୋଟ୍ ଦେଇ ହେବ। ରେଙ୍ଗାଲି, ସମ୍ବଲପୁର, ଛେଣ୍ଡିପଦା, ଆଠମଲ୍ଲିକରେ ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏଁ ଭୋଟ୍ ଗ୍ରହଣ ହେବ।

ରାଜ୍ୟରେ ତୃତୀୟ ପର୍ଯ୍ୟାୟରେ ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ ଏବଂ ଭୁବନେଶ୍ୱର ଲୋକସଭା ଆସନ ଓ ଏହା ଅଧିନରେ ଥିବା ୪୨ଟି ବିଧାନସଭା ଆସନରେ ମେ’ ୨୫ ତାରିଖରେ ନିର୍ବାଚନ ହେବ। ଏହି ସବୁ ଆସନ ପାଇଁ ଆଜିଠୁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହୋଇ ମେ’୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ନାମାଙ୍କନ ପ୍ରକ୍ରିୟା ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ୭ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ହେବ। ୯ ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହାର ହେବ। ଏହି ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ମୋଟ୍ ୯୪ ଲକ୍ଷ ୪୧ ହଜାର ୭୯୭ଜଣ ଭୋଟର ଥିବାବେଳେ ଏଥିରେ ୪୮ ଲକ୍ଷ ୨୬ ହଜାର ୩୭୫ ପୁରୁଷ ଓ ୪୬ ଲକ୍ଷ ୧୪ ହଜାର ୧୩୪ ଜଣ ମହିଳା ରହିଛନ୍ତି। ୧୨୮୮ ଜଣ କିନ୍ନର ଭୋଟର ରହିଛନ୍ତି। ଗତ ୨୬ ତାରିଖରୁ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କରିବା ପ୍ରକ୍ରିୟା ଆରମ୍ଭ ହୋଇଛି। ଏହା ଆଗାମୀ ୩ ତାରିଖରେ ଶେଷ ହେବ।

Comments are closed, but trackbacks and pingbacks are open.