ବାୟୁସେନା ର ସ୍ୱତନ୍ତ୍ର ବିମାନରେ ଦିଲ୍ଲୀ ଫେରିଗଲେ ରାଷ୍ଟ୍ରପତି, ବିଦାୟ ଜଣାଇଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

13

ଦୁଇ ଦିନିଆ ଓଡିଶା ଗସ୍ତ ସାରି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ସନ୍ଧ୍ୟାରେ ଦିଲ୍ଲୀ ଫେରି ଯାଇଛନ୍ତି। ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଓଡିଶାରୁ ବିଶାଖାପାଟଣା ଯାଇଛନ୍ତି ରାଷ୍ଟ୍ରପତି । ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଦାୟ ଜଣାଇଛନ୍ତି। ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ବିମାନବନ୍ଦରରେ ଉପସ୍ଥିତ ରହି ରାଷ୍ଟ୍ରପତିଙ୍କୁ ବିଦାୟ ଜଣାଇଛନ୍ତି।
ଆଜି ପୁରୀ ଗସ୍ତର ଦ୍ୱିତୀୟ ଦିନରେ ବିଶ୍ୱ ବୈଷ୍ଣବ ସମ୍ମିଳନୀକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଉଦଘାଟନ କରିଥିଲେ। ଶ୍ରୀମଦ ଭକ୍ତିସିଦ୍ଧାନ୍ତ ଗୌଡୀୟ ସରସ୍ୱତୀ ଗୋସ୍ୱାମୀ ପ୍ରଭୁପାଦ ମହାରାଜଙ୍କ ୧୫୦ ତମ ଜୟନ୍ତୀ ଉପଲକ୍ଷେ ଏହି କାର୍ଯ୍ୟକ୍ରମ ଶରଧାବାଲିରେ ଆୟୋଜନ କରାଯାଇଥିଲା। ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଥମ ମହିଳା ସବିତା କୋବିନ୍ଦ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଏହି ଅବସରରେ ଚୈତନ୍ୟ ଗୌଦୀୟ ମଠକୁ ଯାଇ ରାଷ୍ଟ୍ରପତି ରାମନାଥ କୋଭିନ୍ଦ୍ ସ୍ବାମୀଜୀଙ୍କ ମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ସେଠାରେ ବୃକ୍ଷରୋପଣ କରିଥିଲେ। ଗତକାଲି ରାଷ୍ଟ୍ରପତି ପୁରୀ ଶ୍ରୀମନ୍ଦିର ଯାଇ ସେଠାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଥିଲେ।

Comments are closed, but trackbacks and pingbacks are open.