ଶ୍ରୀ ମନ୍ଦିର ଦର୍ଶନ କଲେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ

17

ଆଜି ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କ ଦର୍ଶନ କଲେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ । ସିଂହଦ୍ଵାର ନିକଟରେ ପହଞ୍ଚିବା ପରେ ଶ୍ରୀମନ୍ଦିର ପରିଚାଳନା କମିଟିର ସଦସ୍ୟ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇ ମହାପ୍ରଭୁଙ୍କ ଦର୍ଶନ ପାଇଁ ନିଆଯାଇଥିଲା ।
ମହାପ୍ରଭୁଙ୍କ ଦର୍ଶନ କରିବା ପରେ ବେଢା ପରିକ୍ରମା କରି ମା’ ବିମଳା, ମା’ ମହାଲକ୍ଷ୍ମୀ ଓ ବଟ ଗଣେଶଙ୍କୁ ଦର୍ଶନ କରିଥିଲେ ଶକ୍ତକାନ୍ତ । ଏହା ସହିତ ଶ୍ରୀମନ୍ଦିର ଐତିହ୍ୟ କରିଡରକୁ ନେଇ ପରିଚାଳନା କମିଟିର ସଦସ୍ୟ ମାନଙ୍କ ସହ ଆଲୋଚନା କରିଥିଲେ ।
ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମହାପ୍ରଭୁଙ୍କ ଖଣ୍ଡୁଆ, ନାଗାର୍ଜୁନ ବେଶର ପଟ୍ଟଚିତ୍ର ଓ ମହାପ୍ରଭୁଙ୍କ ପ୍ରତିମୂର୍ତ୍ତିର ସ୍ମାରକୀ ଉପହାର ଦିଆଯାଇଥିଲା

Leave A Reply

Your email address will not be published.