ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସତର୍କ କରାଇଲେ ଏସ୍‌ଆର୍‌ସି

19

ଆସନ୍ତା ଡିସେମ୍ବର ୪ ରେ ଦକ୍ଷିଣ ଓଡିଶା ଉପକୂଳ ଛୁଇଁବ ବାତ୍ୟା ‘ଜଓ୍ବାଦ୍’ I ଏଥିପାଇଁ ପାଇଁ ଉପକୂଳବର୍ତି ଜିଲ୍ଲାପାଳମାନଙ୍କୁ ସଜାଗ ରହିବାପାଇଁ ସତର୍କ କରିଛନ୍ତି ସ୍ୱତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆରସି)। ପରିସ୍ଥିତି ଉପରେ କଡ଼ା ନଜର ରଖିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ଅରେଂଜ ଓ ୟେଲୋ ୱାର୍ଣ୍ଣିଂ ଥିବା ଜିଲ୍ଲା ମୁକାବିଲା ପାଇଁ ପ୍ରସ୍ତୁତ ହେବାକୁ କହିଲେ। ଜଳ ବନ୍ଦୀ, ବନ୍ୟା ଭଳି ସ୍ଥିତି ଓ ଭୂସ୍ଖଳନ ହେବା ନେଇ ସତର୍କସୂଚନା ଜାରି କରିଛନ୍ତି। ଅହୋରାତ୍ର କଣ୍ଟ୍ରୋଲ ରୁମ୍‌ ଚାଲୁ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ମତ୍ସ୍ୟଜୀବୀଙ୍କୁ ଦିଆଯାଇଥିବା ପରାମର୍ଶ କଡ଼ାକଡ଼ି ପାଳନ ନିର୍ଦ୍ଦେଶ ଦେଲେ ଏସ୍‌ଆର୍‌ସି।ଏସ୍‌ଆରସିଙ୍କ କହିବା ଅନୁସାରେ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ କହିଛି ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ୩ ତାରିଖରେ ଗଜପତି, ଗଂଜାମ, ପୁରୀ, ଜଗତସିଂହପୁରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୪ ତାରିଖରେ ୧୧ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଗଜପତି, ଗଂଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଭଦ୍ରକ, ବାଲେଶ୍ୱର, ଯାଜପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ଗଂଜାମ, ପୁରୀ ଓ ଜଗତସିଂହପୁରର କେତେକ ଜାଗାରେ ଅତି ପ୍ରବଳ ବର୍ଷିପାରେ। ୫ ତାରିଖରେ ମଧ୍ୟ ୯ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଏସ୍‌ଆରସି।

Leave A Reply

Your email address will not be published.