ରାଜ୍ୟରେ ଚିହ୍ନଟ ହେଲେ ୨୬୩ ସଂକ୍ରମିତ,୩ ମୃତ : ଖୋର୍ଦ୍ଧା ଜିଲ୍ଲାରୁ ୧୨୯

20

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୫୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୧୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୪୪ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୭ ଜଣ, ଭଦ୍ରକରୁ ୨ ଜଣ, ବଲାଙ୍ଗୀରରୁ ୨ ଜଣ, କଟକରୁ ୨୧ ଜଣ, ଦେବଗଡ଼ରୁ ୭ ଜଣ, ଢେଙ୍କାନାଳରୁ ୧୦ ଜଣ, ଗଜପତିରୁ ୯ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୨ ଜଣ, ଯାଜପୁରରୁ ୧୦ ଜଣ, ଝାରସୁଗୁଡ଼ାରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦୁଝରରୁ ୨ ଜଣ, କୋରାପୁଟରୁ ୧ ଜଣ, ମୟୂରଭଞ୍ଜରୁ ୪ ଜଣ, ନବରଙ୍ଗପୁରରୁ ୨ ଜଣ, ପୁରୀରୁ ୭ ଜଣ, ସମ୍ୱଲପୁରରୁ ୬ ଜଣ, ସୁନ୍ଦରଗଡ଼ରୁ ୯ ଜଣ ଓ ଷ୍ଟେଟ ପୁଲରୁ ୩୨ ଜଣ
କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୪ ହଜାର ୯୬୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦ ଲକ୍ଷ ୩୩ ହଜାର ୬୫୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୨ ହଜାର ୯୩୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି । ତେବେ ଗତ ସପ୍ତାହ ସଂକ୍ରମିତଙ୍କ ସଂଖ୍ୟା ୨ ଶହ ତଳକୁ ରହିଥିବାବେଳେ ଏବେ ଆକ୍ରାନ୍ତଙ୍କ ସଂଖ୍ୟା ସାମାନ୍ୟ ବୃଦ୍ଧି ପାଇଛି I

Leave A Reply

Your email address will not be published.