ରାଜ୍ୟରେ କରୋନା ସ୍ଥିତି ଭୟଙ୍କର : ୧୦ ହଜାର ଟପିଲା ସଂକ୍ରମିତଙ୍କ ସଂଖ୍ୟା

0 22

ରାଜ୍ୟରେ ଦୈନିକ ସଂକ୍ରମଣ ୧୦ହଜାର ଟପିଲା I ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଏକାଥରକେ ୧୦,ହଜାର ୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ୱାରେଣ୍ଟାଇନ୍ ରୁ ୫୮୩୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ କେସ୍ ୪୨୨୬ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୮୭୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ୧ ହଜାର ୬୦୬କୁ ବୃଦ୍ଧି ପାଇଛି । ଅନ୍ୟପଟେ ଜିଲ୍ଲା ଗୁଡ଼ିକ ମଧ୍ୟରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଖୋର୍ଦ୍ଧାରୁ । ଏଠାରୁ ୩ହଜାର ୧୮୮ ମାମଲା ଚିହ୍ନଟ ହୋଇଛି ।

ସୁନ୍ଦରଗଡ଼ ଜିଲ୍ଲାରୁ ୧,୩୪୮ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୮୭୦, ସମ୍ବଲପୁରରୁ ୫୭୦, ମୟୂରଭଞ୍ଜରୁ ୪୨୩, ଅନୁଗୋଳରୁ ୪୬, ବାଲେଶ୍ୱରରୁ ୨୭୮, ବରଗଡ଼ରୁ ୭୬, ଭଦ୍ରକରୁ ୧୩୮, ବଲାଙ୍ଗିରରୁ ୨୧୬, ବୌଦ୍ଧରୁ ୧୫, ଦେବଗଡ଼ରୁ ୧୮, ଢେଙ୍କାନାଳରୁ ୫୦, ଗଜପତିରୁ ୮୨, ଗଞ୍ଜାମରୁ ୧୫୪, ଜଗତସିଂହପୁରରୁ ୧୪୨, ଯାଜପୁରରୁ ୨୧୨, ଝାରସୁଗୁଡ଼ାରୁ ୨୧୯, କଳାହାଣ୍ଡିରୁ ୧୨୩, କନ୍ଧମାଳରୁ ୩୬, କେନ୍ଦ୍ରାପଡ଼ାରୁ ୫୧, କେନ୍ଦୁଝରରୁ ୧୦୯, କୋରାପୁଟରୁ ୧୫୫, ମାଲକାନଗିରିରୁ ୧୭, ନବରଙ୍ଗପୁରରୁ ୧୨୨, ନୟାଗଡ଼ରୁ ୧୦୨, ନୂଆପଡ଼ାରୁ ୬୬, ପୁରୀରୁ ୨୭୨, ରାୟଗଡ଼ାରୁ ୧୩୧ ଓ ସୋନପୁରରୁ ୧୦୬ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୭୨୪ ଜଣ ଚିହ୍ନଟ ହୋଇଛନ୍ତି।

ନୂଆ ୧୦,୦୫୯ଟି କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧,୦୧,୬୦୬ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୦,୪୮,୭୩୨ ଜଣ ସୁସ୍ଥ ହୋଇସାରିଲେଣି। ୪୪,୩୪୯ ଜଣ ଚିକିତ୍ସାଧୀନ ଥିବା ବେଳେ ମୃତ୍ୟୁ ସଂଖ୍ୟା ୮,୪୭୨କୁ ବୃଦ୍ଧି ପାଇଛି।

ସେହିଭଳି ଦେଶରେ ଦୈନିକ କରୋନା ସଂକ୍ରମଣ ୨ ଲକ୍ଷ ଟପିଛି। ଗତ ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୪୭ ହଜାର ୪୧୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିଭଳି ଦେଶରେ ଏଯାବତ୍ ୫,୪୮୮ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Leave A Reply

Your email address will not be published.