ଆସନ୍ତା କାଲି ତୃତୀୟ ପର୍ଯ୍ୟାୟ ମତଦାନ, ପୋଲିଂ ପାର୍ଟି ଆଗେଇଲେ

14

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆସନ୍ତାକାଲି ତୃତୀୟ ପର୍ଯ୍ୟାୟ ମତଦାନ ହେବାକୁ ଯାଉଛି । ଏହା ପୂର୍ବରୁ ଗତକାଲି ସଂଧ୍ୟାରେ ଶେଷ ହୋଇଛି ତୃତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ପ୍ରଚାର।ଶେଷ ଦିନରେ ପ୍ରାର୍ଥୀମାନେ ଜୋରଦାର ପ୍ରଚାର କରିଛନ୍ତି । ତୃତୀୟ ପର୍ଯ୍ୟାୟରେ ୧୭୧ଟି ଜିଲ୍ଲା ପରିଷଦ ଜୋନ୍ ପାଇଁ ଭୋଟ୍ ଗ୍ରହଣ ହେବ । ଏଥିପାଇଁ ପୁଲିଂ ଅଧିକାରୀମାନେ ବ୍ଲକରେ ପହଂଚି ସାରିଲେଣି ।
ସେହିପରି ୧୩ ଶହ ୮୨ଟି ପଂଚାୟତ ଓ ୧୮ ହଜାର ୪୯୫ଟି ୱାର୍ଡରେ ନିର୍ବାଚନ ହେବ । ମୋଟ ୫୬ ଲକ୍ଷ ୫୩ ହଜାର ୪୦୫ ଭୋଟର ମତସାବ୍ୟସ୍ତ କରିବେ। ସକାଳ ୭ଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ଭୋଟଗ୍ରହଣ ହେବ। ସକାଳ ୭ଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ଭୋଟଗ୍ରହଣ ହେବ। ଗତକାଲି ହୋଇଥିବା ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ୭୧ ପ୍ରତିଶତ ମତଦାନ ହୋଇଛି । ସେହିପରି ପ୍ରଥମ ପର୍ଯ୍ୟାୟରେ ୭୭ ପ୍ରତିଶତ ମତଦାନ ହୋଇଥିଲା । ଶାନ୍ତିଶୃଙ୍ଖଳାରେ ମତଦାନ ପାଇଁ ପୁଲିସ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ କଡା ପଦକ୍ଷେପ ଗ୍ରହଣ କରାଯାଇଛି।

ଗତକାଲି ଦ୍ୱିତୀୟ ପର୍ଯ୍ୟାୟରେ ୭୧ ପ୍ରତିଶତରୁ ଅଧିକ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିଛନ୍ତି। ୨୪ ତାରିଖରେ ପଞ୍ଚମ ପର୍ଯ୍ୟାୟ ମତଦାନ ସରିବା ପରେ ୨୬ରୁ ୨୮ ତାରିଖ ୩ ଦିନ ଧରି ପର୍ଯ୍ୟାୟ କ୍ରମେ ଭୋଟ୍ ଗଣତି କରାଯିବ।

Comments are closed, but trackbacks and pingbacks are open.