ରାଜ୍ୟରେ ୧୦ହଜାର ୮୫୬ ସଂକ୍ରମିତ ଚିହ୍ନଟ : ୨ ମୃତ

17

ରାଜ୍ୟରେ ଦ୍ରୁତ ଗତିରେ ମାଡି ଚାଲିଛି କରୋନା । ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟରୁ ୧୦ହଜାର ୮୫୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୬୨୯୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୪୫୬୩୧ ଚିହ୍ନଟ । ଏଥିସହ ୧୦୨୧ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦୮୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨ ଜଣଙ୍କର ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୪୭୮କୁ ବୃଦ୍ଧି ପାଇଛି । ପୁରୀ ଓ ଜଗତସିଂହପୁରରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.