ରାଜ୍ୟରେ ୨୫୧ କରୋନା ସଂକ୍ରମିତ ଚିହ୍ନଟ ,୮ ମୃତ

25

ରାଜ୍ୟରେ ବର୍ତ୍ତମାନ କରୋନା ଦୈନିକ ସଂକ୍ରମଣ ନିମ୍ନ ମୁଖି ହୋଇ ଲଗାତାର ଏବେ ୩୦୦ ତଳକୁ ସଂକ୍ରମଣ ରହୁଛି ଇ କିନ୍ତୁ ମୃତ୍ୟୁ ସଂଖ୍ୟା ରେ ଏ ଯାଏଁ ରୋକ ଲାଗି ପାରୁନାହିଁ I ସେହି ଅନୁସାରେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୫୧ କରୋନା ସଂକ୍ରମିତ ଚିହ୍ନଟ ହୋଇ ଥିବା ବେଳେ, ୮ ଜଣଙ୍କ ମୃତ୍ୟୁ ଘଟିଛି I ମୃତକ ମାନଙ୍କ ମଧ୍ୟରେ ଅନୁଗୁଳ ଓ ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ଢେଙ୍କାନାଳ, ଖୋର୍ଦ୍ଧା, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୬୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ସେହିଭଳି ରାଜ୍ୟରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୬ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୦୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୮୩ ଜଣ ରହିଛନ୍ତି ।ହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨୫ଜଣ, ବାଲେଶ୍ୱର ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୨୬ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୨୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୫ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ଜଣ, କେନ୍ଦୁଝର ଜିଲ୍ଲାରୁ ୨୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୩ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୩ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨୩ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, ଷ୍ଟେଟ ପୁଲ୍ରୁ ୮ଜଣ ରହିଛନ୍ତି I
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୪୮୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୮୨୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୨୯୨୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୨୦୯୭୨୪ସାମ୍ପୁଲ ଟେଷ୍ଟ୍ ହୋଇଛି ।ଏ ରାଜ୍ୟ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Comments are closed, but trackbacks and pingbacks are open.