ରାଜ୍ୟରେ ୪୦୭ ସଂକ୍ରମିତ ଚିହ୍ନଟ : ୭୪ ଜଣ ୧୮ ବର୍ଷରୁ କମ

31

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୦୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି I ଧୀରେ ଧୀରେ କରୋନା ଦ୍ଵିତୀୟ ଲହର ର ପ୍ରାଦୁର୍ଭାବ କମି କମି ଯାଉଛି I ସେହିପରି ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । କିନ୍ତୁ ଆଗକୁ ପାର୍ବଣ ଥିବାରୁ ସଂକ୍ରମଣ ବଢିଯିବାର ଆଶଙ୍କା ରହିଛି I ବର୍ତ୍ତମାନ ରାଜ୍ୟରେ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ସବୁଠାରୁ ଅଧିକ ସଂକ୍ରମିତ ଙ୍କ ସଂଖ୍ୟା ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହେଉଥିବା ଜଣାପଡ଼ିଛି। ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ହେଉଛନ୍ତି । ଅନ୍ୟ ଜିଲ୍ଲାରୁ ଅଧିକାଂଶ ଲୋକ ଭୁବନେଶ୍ୱର ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି ।ଆଜି ୪୦୭ ଜଣ ସଂକ୍ରମିତ ଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୩୮ ଓ ସ୍ଥାନୀୟ ଅଞ୍ଚଳରୁ ୧୬୯ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୭୪ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୮ ହଜାର ୩୬୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୧୫ ହଜାର ୧୮ ରହିଥିବା ବେଳେ ୫ ହଜାର ୭୫ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.