ରାଜ୍ୟରେ ୪୪୩ ଆକ୍ରାନ୍ତ ଚିହ୍ନଟ : ୭୫ ଜଣ ୧୮ ବର୍ଷରୁ କମ ବୟସର

23

ପ୍ରତିଦିନ ରାଜ୍ୟରେ କରୋନା ଗ୍ରାଫ ଉପର ତଳ ହେଉଛି ଇ ଗତକାଲି ପ୍ରଥମ ଥର ପାଇଁ ୪ଶହ ତଳକୁ ରହିବ ପରେ ଆଜି ପୁଣି ସଂକ୍ରମଣ ୪ଶହ ପାର କରିଛି ଇଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟ ରୁ ୪୪୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୫୮ ଓ ସ୍ଥାନୀୟ ଅଞ୍ଚଳରୁ ୧୮୫ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୭୫ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୫ ହଜାର ୭୭ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୨୧ ହଜାର ୭୪୨ ରହିଥିବା ବେଳେ ୪ ହଜାର ୯୯୭ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.