ରାଜ୍ୟରେ କରୋନା ପଜିଟିଭ ଙ୍କ ମଧ୍ୟ ରୁ ୮୦ ଜଣ ପିଲା

28

ରାଜ୍ୟ ରେ କରୋନା ଗ୍ରାଫ ଧୀରେ ଧୀରେ ଖସୁଛି , କିନ୍ତୁ ୧୮ ବର୍ଷ ରୁ ତଳକୁ ଆକ୍ରାନ୍ତ ପିଲାମାନଙ୍କ ସଂଖ୍ୟା ରେ ସେଭଳି ଉନ୍ନତି ଆସିନାହିଁ ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୦ ଜଣ ହେଉଛନ୍ତି ଛୋଟପିଲା ଏବଂ କିଶୋର ,ଯେଉଁମାନଙ୍କ ବୟସ ୨ରୁ ୧୮ ବର୍ଷ ମଧ୍ୟରେ। ୬୨୫ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୬୬ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୫୯ଟି ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୪ ଜଣ ଚିହ୍ନଟ ହୋଇଛନ୍ତି। ୬୨୫ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨ହଜାର ୩୨୩ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୮୬ ହଜାର ୩୩୪ ଜଣ ସୁସ୍ଥ ହୋଇସାରିଥିବା ବେଳେ ୮,୪୪୩ ଜଣ ଚିକିତ୍ସାଧୀନ ଅଛନ୍ତି।
Iଅନ୍ୟପକ୍ଷରେ କରୋନାରେ ପ୍ରାଣ ହରାଇଥିବା ଆଉ ୬୭ ଜଣଙ୍କ ସଂପର୍କରେ ସରକାର ତଥ୍ୟ ଦେଇଛନ୍ତି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭,୪୯୩କୁ ବୃଦ୍ଧି ପାଇଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୨୩୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୪୪୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୮୬୩୩୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୫୯୮୦୨୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.