ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ପ୍ରବଳ ଵର୍ଷା ସମ୍ଭାବନା

0 123

ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଏହା ଆସନ୍ତା ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବା ର ସମ୍ଭାବନା ରହିଛି ଇ ଏହା ର ପ୍ରଭାବ ରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବ ବିଶେଷ କରି କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା କରାଇବ। ଏହାଦ୍ବାରା ବୁଢ଼ାବଳଙ୍ଗ ଓ ସୁବର୍ଣ୍ଣରେଖା ନଦୀର ଜଳସ୍ତର ବୃଦ୍ଧି ପାଇବା ସହ ବନ୍ୟା ସ୍ଥିତି ମଧ୍ୟ ଉପୁଜିପାରେ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଏହାବ୍ୟତୀତ, ଅନୁଗୁଳ, ଯାଜପୁର, ବାଲେଶ୍ବର , ଭଦ୍ରକ, ଦେବଗଡ଼ ଓ ଢେଙ୍କାନାଳ ଆଦି ଜିଲ୍ଲାର କିଛି ସ୍ଥାନରେ ମଧ୍ୟ ଲଘୁଚାପ ଜନିତ ପ୍ରବଳ ବର୍ଷା ହେବ। ୩୦ ତାରିଖ ଦିନ ବି ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ହେବ। ଅଧିକାଂଶ ସ୍ଥାନରେ ପାଗ ମେଘୁଆ ରହିବ। ସେହିପରି ଗୁରୁବାର ସକାଳୁ ଶୁକ୍ରବାର ସକାଳ ପର୍ଯ୍ୟନ୍ତ ବର୍ଷାର ପ୍ରକୋପ ବଢ଼ିବ। ସାରା ରାଜ୍ୟରେ ବର୍ଷା ହେବ। ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, କେନ୍ଦୁଝର, ଯାଜପୁର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Leave A Reply

Your email address will not be published.