ଆସନ୍ତା ୪୮ଘଣ୍ଟା ମଧ୍ୟରେ ଆଉ ଏକ ଲଘୁଚାପ ସମ୍ଭାବନା

0 281

ଉତ୍ତର ଆଣ୍ଡାମାନ-ସାଗର ଓ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଥିବାର ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ଏହା ସମୁଦ୍ରପତ୍ତନଠାରୁ ୩.୧ ରୁ ୫.୮ କିମି ମଧ୍ୟରେ ସକ୍ରିୟ ରହିଛି। ଯାହା ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।
ଏହି ଘୂର୍ଣ୍ଣିବଳୟଟି ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହେବ। ପରେ ୪ ରୁ ୫ ଦିନ ଯାଏ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି।

Leave A Reply

Your email address will not be published.