ବଙ୍ଗୋପସାଗରରେ ହୋଇପାରେ ଆଉ ଏକ ଲଘୁଚାପ,ପ୍ରବଳ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ।

0 32

ଆସନ୍ତା ୨୫ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଆଉ ଏକ ଘୂର୍ଣ୍ଣିବଳୟ । ଏହା ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟା ଅର୍ଥାତ୍ ୨୬ ତାରିଖ ଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା କରିଛି ପାଣିପାଗ ବିଭାଗ । ଏହାସହ ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟର ୧୧ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ନୂଆପଡା, ବଲାଙ୍ଗୀର, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ । ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସଙ୍କ ସୂଚନା ଅନୁସାରେ, ଗତ ୨୪ ଘଣ୍ଟାରେ କଳାହାଣ୍ଡି ଜିଲ୍ଲାର ଭବାନୀପାଟଣାରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି ।

Leave A Reply

Your email address will not be published.