ପ୍ରଶ୍ନପତ୍ର ବିଭ୍ରାଟରେ ଯିଏ ଦୋଷୀ ତାଙ୍କୁ ଛଡ଼ା ଯିବନାହିଁ: ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

129

ଭୁବନେଶ୍ୱର : OPSC/SSC ପ୍ରଶ୍ନପତ୍ର ବିଭ୍ରାଟକୁ ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୋମବାର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ପ୍ରଶ୍ନପତ୍ର ବିଭ୍ରାଟରେ ଯେଉଁ ବିଭାଗ ସଂଶ୍ଳିଷ୍ଟ ଅଛି ତଦନ୍ତ କରାଯିବ ବୋଲି କହିଲେ ମନ୍ତ୍ରୀ ସୂର୍ଯ୍ୟବଂଶୀ ପ୍ରକାଶ କରିଛନ୍ତି। ଏପରିକି ଯିଏ ଦୋଷୀ ତାଙ୍କୁ ଛଡ଼ା ଯିବ ନାହିଁ ବୋଲି ସୂର୍ଯ୍ୟବଂଶୀ କହିଛନ୍ତି। ପ୍ରଶ୍ନପତ୍ର ବିଭ୍ରାଟକୁ ସଂକ୍ରାନ୍ତୀୟ ବିଲ ବିଧାନସଭାରେ ପାରିତ ହୋଇ ଆଇନରେ ପରିଣତ ହୋଇଥିବା ସେ କହିଛନ୍ତି। ରବିବାର ଗୋଟିଏ ଦିନରେ ୨ଟି ବଡ଼ ପରୀକ୍ଷାରେ ତ୍ରୁଟି ହୋଇଥିବା ସାମ୍ନାକୁ ଆସିଥିଲା। OSSC ସହ OPSC ପରିଚାଳିତ ପରୀକ୍ଷାରେ ତ୍ରୁଟି ହୋଇଥିଲା। ନୋଟିସ ଜରିଆରେ ତ୍ରୁଟି ସ୍ବୀକାର କରିଥିଲେ OPSC କର୍ତ୍ତୃପକ୍ଷ। ଆଉ ଏକ ପରୀକ୍ଷାର ବିକଳ୍ପ ଉପରେ ବିଚାର କରୁଥିବା କର୍ତ୍ତୃପକ୍ଷ ଜଣାଇଛନ୍ତି । ରବିବାର OCS ମେନ-୨୦୨୩ର ଆନ୍ଥ୍ରୋପୋଲୋଜିର ୨ଟି ପେପର ପରୀକ୍ଷା ଥିଲା। ପୂର୍ବାହ୍ନ ୯ଟାରୁ ୧୨ଟା ଆନ୍ଥ୍ରୋପୋଲୋଜିର ପ୍ରଥମ ପେପର ପରୀକ୍ଷା ଥିଲା। ଅପରାହ୍ନ ୨ଟାରୁ ୫ଟା ଆନ୍ଥ୍ରୋପୋଲୋଜି ଦ୍ବିତୀୟ ପେପର୍‌ ପରୀକ୍ଷା ଥିଲା। ମାତ୍ର ପ୍ରଥମ ପେପର ପରୀକ୍ଷାରେ କିଛି ପ୍ରଶ୍ନ ଦ୍ବିତୀୟ ପେପରରୁ ଆସିଛି। ଦ୍ବିତୀୟ ପେପର ପରୀକ୍ଷାରେ ପ୍ରଥମ ପେପର କିଛି ପ୍ରଶ୍ନ ଆସିଥିବା ସୂଚନା ମିଳି ଥିଲା । ତେବେ ପ୍ରଥମ ସିଟିଂ ପରୀକ୍ଷା ପରେ ପରୀକ୍ଷାର୍ଥୀ ଅସନ୍ତୋଷ ବ୍ୟକ୍ତ କରିଥିଲେ। ଅନ୍ୟପକ୍ଷେ ଆଜି ଉତ୍କଳ ସ୍କଂସ୍କୃତି ବିଶ୍ବବିଦ୍ୟାଳୟ ୭ମ ସେମିଷ୍ଟର ପରୀକ୍ଷାରେ ତ୍ରୁଟି ପରିଲକ୍ଷିତ ହୋଇଛି। ଭିଜୁଆଲ ଆର୍ଟର ୭୦୨ନଂ ପେପର ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି ହୋଇଛି। ୧୦ଟି ପ୍ରଶ୍ନରୁ ୧୦ଟି ଯାକ ଭୁଲ ଥିବା ପରୀକ୍ଷାର୍ଥୀମାନେ ଅଭିଯୋଗ କରିଛନ୍ତି। ଅଭିଯୋଗ ପରେ ପରୀକ୍ଷାକୁ ବାତିଲ କରିଦେଇଛନ୍ତି କର୍ତ୍ତୃପକ୍ଷ।

Comments are closed, but trackbacks and pingbacks are open.