୧୧ ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

138

ଭୁବନେଶ୍ୱର: ରାଜ୍ୟରେ କିଛିଦିନ ଧରି ପ୍ରବଳ ଖରା ସାଙ୍ଗକୁ କେତେକ ଜିଲାରେ କାଳବୈଶାଖୀ ପ୍ରଭାବ ମଧ୍ୟ ଦେଖିବାକୁ ମିଳୁଛି। ତେବେ ଶନିବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ୧୧ ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ମିଳିଛି। ଏହି ଜିଲାଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଜିଲାରେ ଝଡ଼ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଥିବା ବେଳେ ସତର୍କ ସୂଚନା ଜାରି କରାଯାଇଛି।

Comments are closed, but trackbacks and pingbacks are open.