ଆଜି ରାଜ୍ୟରୁ ୧୨ କରୋନା ସଂକ୍ରମିତ ଚିହ୍ନଟ

20

ରାଜ୍ୟରେ କରୋନା ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ୧୨ ଜଣ ସଂକ୍ରମିତଙ୍କ ମଧ୍ୟରୁ ୭ ଜଣ ସଙ୍ଗରୋଧରୁ ରହିଥିବା ବେଳେ ୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ କୌଣସି ସଂକ୍ରମିତ ରହିନାହାନ୍ତି । ଗତକାଲି ରାଜ୍ୟରେ ୧୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧାରୁ ୯ ଜଣ,କଟକ ରୁ ୧ ଜଣ ରହିଥିବାବେଳେ ଷ୍ଟେଟ ପୁଲ ରୁ ୨ ଜଣ ରହିଛନ୍ତି I

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୬୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୪୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୩୨୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୮୮୧୫୬୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments are closed, but trackbacks and pingbacks are open.