ଆଜି ରାଜ୍ୟରୁ ୧୩ କରୋନା ସଂକ୍ରମିତ ଚିହ୍ନଟ

22

ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଗତ ଦୁଇଦିନ ମଧ୍ୟରେ ଆଜି ସାମାନ୍ୟ ବୃଦ୍ଧି ପାଇଛି । ଗତ ଦୁଇ ଦିନ ମଧ୍ୟରେ ୩,ଓ ୭ ଜଣ ସଂକ୍ରମିତ ରହିଥିବାବେଳେ ଆଜି ରାଜ୍ୟରୁ ୧୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି I ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୫ ସ୍ଥାନୀୟ ସଂକ୍ରମିତ ରହିଛନ୍ତି I ସେହିପରି ଆଜିର ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି । ଆଜି ର ସଂକ୍ରମିତ ଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୩୨୭ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୩୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୦୨୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୫୬୯୩୪୨ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments are closed, but trackbacks and pingbacks are open.