ଆଜି ରାଜ୍ୟରୁ ୧୪୬ ସଂକ୍ରମିତ ଚିହ୍ନଟ,୧ ମୃତ

16

ଆଜି ରାଜ୍ୟରୁ ୧୪୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଜଣଙ୍କର ମୃତ୍ୟୁ ଘଟିଛି I ମୃତକ ଜଣକ ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ଇ ସେହିପରି ସଂକ୍ରମିତ ଙ୍କ ମଧ୍ୟରୁ କ୍ଵାରେଣ୍ଟାଇନ ରୁ ୮୬ ଓ ଲୋକାଲ କେଶ ୬୦ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୨୫ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୩ ହଜାର ୧୬୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ହୋଇଥିବା ସଂକ୍ରମିତ ଙ୍କ ସଂଖ୍ୟା ୧୦ ଲକ୍ଷ ୪୨ ହଜାର ୮୭୫ ରହିଥିବା ବେଳେ ୧ ହଜାର ୭୯୨ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି I

Leave A Reply

Your email address will not be published.