ଆଜି ରାଜ୍ୟରୁ ୧୭୧ ସଂକ୍ରମିତ ଚିହ୍ନଟ ୧ ମୃତ

28

ଆଜି ରାଜ୍ୟରୁ ୧୭୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ଏବଂ ଯମଙ୍କର ମୃତ୍ୟୁ ଘଟିଛି ଇ ସଂକ୍ରମିତ ଙ୍କ ମଧ୍ୟରୁ ସଙ୍ଗରୋଧରୁ ୯୮ ଓ ସ୍ଥାନୀୟ ଅଞ୍ଚଳରୁ ୭୩ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୩୪ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୭ ହଜାର ୧୭୪ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୩୬ ହଜାର ୫୦୧ ରହିଥିବା ବେଳେ ୨ ହଜାର ୨୨୬ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୩୯୪କୁ ବୃଦ୍ଧି ପାଇଛି । ବାଲେଶ୍ୱର ଜିଲ୍ଲାରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.