ଆଜି ରାଜ୍ୟରୁ ୨୦୫ ସଂକ୍ରମିତ ଚିହ୍ନଟ , ୨ ମୃତ

17

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୨୦୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏବଂ ଦୁଇ ଜଣ ଙ୍କ ମୃତ୍ୟୁ ଘଟିଛି ଈ ସଂକ୍ରମିତ ଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୧୯ ଓ ସ୍ଥାନୀୟ ଅଞ୍ଚଳରୁ ୮୬ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୪୫ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୭ ହଜାର ୩ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୩୬ ହଜାର ୨୩୦ ରହିଥିବା ବେଳେ ୨ ହଜାର ୩୨୭ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.