ଆଜି ରାଜ୍ୟରୁ ଚିହ୍ନଟ ୪୩ କୋଭିଡ୍ ସଂକ୍ରମିତ ଚିହ୍ନଟ

20

ରାଜ୍ୟରେ ଖସୁଛି କରୋନା ସଂକ୍ରମଣ Iଆଜି ରାଜ୍ୟରୁ ୪୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୫ ଓ ସ୍ଥାନୀୟ ଅଞ୍ଚଳରୁ ୧୮ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୫ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ଜଣେ, ବରଗଡ଼ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍‌ରୁ ୨ଜଣ ରହିଛନ୍ତି ।ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୫୧୨ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୭ ହଜାର ୯୨୧ ରହିଥିବା ବେଳେ ୪୧୯ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Comments are closed, but trackbacks and pingbacks are open.