ଆଜି ରାଜ୍ୟରୁ ୪୭୦ କରୋନା ସଂକ୍ରମିତ ଚିହ୍ନଟ

147

ରାଜ୍ୟରେ ବୃଦ୍ଧି ପାଉଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟ ରୁ ୪୭୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୭୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୯୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୯ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୨୪୧୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନେ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୨୧ ଜଣ ରହିଥିବାବେଳେ, କଟକ ୯୪, ଜଗତସିଂହପୁର ୭୭, ବାଲେଶ୍ୱରରୁ ୯, ଭଦ୍ରକ ୧, ଗଜପତି ୧, ଗଞ୍ଜାମ ୪,ଯାଜପୁର ୪, ଝାରସୁଗୁଡା ୧, କେନ୍ଦ୍ରାପଡା ୨, କେନ୍ଦୁଝର ୩, ମୟୁରଭଞ୍ଜ ୭, ନୟାଗଡ ୪, ନୂଆପଡା ୫, ପୁରୀ ୧୭, ରାୟଗଡା ୧, ସମ୍ବଲପୁର ୯, ସୋନପୁର ୪, ସୁନ୍ଦରଗଡ ୨୪, ଷ୍ଟେଟ ପୁଲରୁ ୫୨ ଜଣ ଚିହ୍ନଟ ହୋଇଛନ୍ତି ।


ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୨୪୧୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୪୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୮୦୭୫୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୧୯୭୭୯୨ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments are closed, but trackbacks and pingbacks are open.