ଆଜି ରାଜ୍ୟରୁ ୫୩୪ ସଂକ୍ରମିତ ଚିହ୍ନଟ : ୧୮ ମୃତ

20

ରାଜ୍ୟରେ ବ୍ୟାପକ ଟୀକାକରଣ ଓ ଜନସଚେତନତା ଯୋଗୁଁ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ଲଗାତାର କିଛି ଦିନ ହେବ ଏହା ହଜାରେ ତଳକୁ ଖସି ଆସିଥିବାବେଳେ ବର୍ତ୍ତମାନ ଦୈନିକ ସଂକ୍ରମଣ ୫୦୦ ଭିତରେ ରହୁଛି I
ଆଜି ରାଜ୍ୟରୁ ୫୩୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୧୮ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି I ମୃତକ ମାନଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୮ ଜଣ, ଭୁବନେଶ୍ୱରରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, ଅନୁଗୁଳ, ଗଞ୍ଜାମ, ବାଲେଶ୍ୱର ଓ କନ୍ଧମାଳରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି । ଆଜିର ମୃତ୍ୟୁ ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୯୯୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଅନ୍ୟପଟେ କରୋନା ସଂକ୍ରମିତ ଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୧୦ ଓ ସ୍ଥାନୀୟ ଅଞ୍ଚଳରୁ ୨୨୪ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୧୪୭ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୧ ହଜାର ୯୮୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୬୫ ହଜାର ୮୪୩ ରହିଥିବା ବେଳେ ୭ ହଜାର ୯୯ ଜଣ ଚିକିତ୍ସିତ ହେଉଛନ୍ତି । ପ୍ରତିଥର ଭଳି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Comments are closed, but trackbacks and pingbacks are open.