ଆଜି ରାଜ୍ୟରୁ ୫୯ କୋଭିଡ୍ ସଂକ୍ରମିତ ଚିହ୍ନଟ

29

ଆଜି ୫୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୫ ଓ ସ୍ଥାନୀୟ ଅଞ୍ଚଳରୁ ୨୪ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୧୭ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୬୦୮ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୮ ହଜାର ୩୫ ରହିଥିବା ବେଳେ ୪୦୦ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୪ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୫ଜଣ, ଷ୍ଟେଟ ପୁଲ୍‌ରୁ ୩ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୬୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୦୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୮୦୩୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୬୨୧୫୪୮ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments are closed, but trackbacks and pingbacks are open.