ଆଜି ରାଜ୍ୟରୁ ୭ କରୋନା ସଂକ୍ରମିତ ଚିହ୍ନଟ

21

ବର୍ତ୍ତମାନ ରାଜ୍ୟରେ ଦୈନିକ କରୋନା ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ସେହି ଅନୁସାରେ ଆଜି ରାଜ୍ୟରୁ ୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୩ ଜଣ ଚିହ୍ନଟ ହୋଇଛନ୍ତି । ଆଜି ୧୮ ବର୍ଷରୁ କମ୍ ବୟସର ୧ ଜଣ ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୩୭୯ରେ ପହଞ୍ଚିଛି ।

ସେହିପରି ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୯ ହଜାର ୧୦୫ ଜଣ ରହିଥିବା ବେଳେ ୯୫ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Comments are closed, but trackbacks and pingbacks are open.