ଆଜି ରାଜ୍ୟ ରୁ ୮ କରୋନା ସଂକ୍ରମିତ ଚିହ୍ନଟ

22

ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଯଥେଷ୍ଟ ହ୍ରାସ ପାଇଛି I ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟ ରୁ ୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୩୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୧୬ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୦୬୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୬୧୨୪୩୩ସାମ୍ପୁଲ ଟେଷ୍ଟ୍ ହୋଇଛି । ଆଜି ର ସଂକ୍ରମିତ ଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୩୫୭ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Comments are closed, but trackbacks and pingbacks are open.