ଆଜି ରାଜ୍ୟରୁ ୮୮୬ ସଂକ୍ରମିତ ଚିହ୍ନଟ :୧୬ ଆକ୍ରାନ୍ତ ଙ୍କ ମୃତ୍ୟୁ

20

ରାଜ୍ୟରୁ ଧୀରେ ଧୀରେ କରୋନା ସଂକ୍ରମଣ ତଳମୁହାଁ ହେଉଛି I ଫେବୃଆରୀ ଦ୍ଵିତୀୟ ସପ୍ତାହରୁ ଲଗାତାର ସଂକ୍ରମଣ କମି କମି ବର୍ତ୍ତମାନ ଦୈନିକ ସଂକ୍ରମଣ ହଜାରେ ତଳକୁ ରହୁଛି I ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୮୮୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ଏବଂ ୧୬ ଜଣ ଆକ୍ରାନ୍ତ ଙ୍କ ମୃତ୍ୟୁ ଘଟିଛି I ମୃତକ ମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହା ସହିତ କଟକ, କେନ୍ଦୁଝର, ଭଦ୍ରକ ଓ ଢେଙ୍କାନାଳରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ବଲାଙ୍ଗିର ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮,୯୬୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସେହିଭଳି ରାଜ୍ୟରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଙ୍କ ମଧ୍ୟରୁ ସଙ୍ଗରୋଧରୁ ୫୧୬ ଓ ସ୍ଥାନୀୟ ଅଞ୍ଚଳରୁ ୩୭୦ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୧୬୯ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୦ ହଜାର ୭୮୪ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୬୩ ହଜାର ୧୦୬ ରହିଥିବା ବେଳେ ୮ ହଜାର ୬୬୪ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୧୭୯, ଖୋର୍ଦ୍ଧାରୁ ୮୬, ସୁନ୍ଦରଗଡ଼ରୁ ୭୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Comments are closed, but trackbacks and pingbacks are open.