ଆଜି ନୂଆଖାଇ, ମା’ଙ୍କ ପାଖରେ ଲାଗି ହେବ ନବାହ୍ନ

64

ଆଜି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ। ଏଥିଲାଗି ଗାଁଠୁ ସହର ଚଳଚଞ୍ଚଳ। ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ନିକଟରେ ଆଜି ଲାଗି ହେବ ନବାନ୍ନ। ଏହାପରେ ଘରେ ଘରେ ନୂଆ ଖାଇବେ ସମସ୍ତେ।ଏହାସହ  ନିଜର ନୂଆ ଫସଲକୁ ଇଷ୍ଟ ଦେବାଦେବୀଙ୍କୁ ଅର୍ପଣ କରିବ ଚାଷୀ।  ଆଜି ପୂବାହ୍ନ ୧୦ଟା ୨୭ ମିନିଟରୁ ୧୦ଟା ୪୨ ମିନିଟ୍ ମଧ୍ୟରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ  ମା’ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଅର୍ପଣ କରାଯିବ।ନୂଆଖାଇ ପାଇଁ ଘରେ ଲିପା ପୋଛା ସାଂଗକୁ ରଙ୍ଗ ଲଗାଯାଇଛି। ପୂରା ପରିବାର ପାଇଁ ନୂଆ ଡ୍ରେସ କିଣାଯାଇଛି। ପରିବାର ସଦସ୍ୟ ଯିଏ ଯେଉଁଠି ଥିଲେ, ଘରକୁ ଆସିଗଲେଣି।

ସମସ୍ତେ ମିଶି  ଏକାଠି ନୂଆ ଖାଇବା ପରେ ଆରମ୍ଭ ହେବ ଭେଟଘାଟ କାର୍ଯ୍ୟକ୍ରମ। ଘରର ବଡ ମାନଙ୍କୁ ଜୁହାର କରି ମୁଣ୍ଡିଆ ମାରି ଆଶୀର୍ବାଦ ନେବେ ସମସ୍ତେ।ପୁରୀ ବେଳାଭୂମିରେ ବାଲୁକାକଳାରେ ନୂଆଖାଇର ଶୁଭେଚ୍ଛା ଜଣାଇଛନ୍ତି ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ଏହାସହ  ବାଲୁକା କଳା ମାଧ୍ୟମରେ ନୁଆଖାଇ ଜୁହାରର ଶାନ୍ତି, ମୈତ୍ରୀ ଓ ଭାଇଚାରାର ବାର୍ତ୍ତା ଦେଇଛନ୍ତି।

Comments are closed, but trackbacks and pingbacks are open.