ଆଜି ତ୍ରୟୋଦଶୀ ତିଥି, ଅଣସର ଘରେ ମହାପ୍ରଭୁଙ୍କ ଘଣା ଲାଗି ନୀତି

37

ସ୍ନାନପୂର୍ଣ୍ଣିମା ଠାରୁ ଅସୁସ୍ଥ ହୋଇ ଅଣସରଘରେ ଥିବା ଶ୍ରୀଜୀଉମାନେ ସୁସ୍ଥ ହୋଇଛନ୍ତି । ସୁସ୍ଥ ହେବା ପରେ ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କର ଘଣାଲାଗି ନୀତି ଅନୁଷ୍ଠିତ ହେବ । ଶନିବାର ବିଳମ୍ବିତ ରାତିରୁ ଦଇତାପତି ସେବକମାନେ ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଅଣସର ତ୍ରୟୋଦସୀରେ ଘଣା ଲାଗି ଓ ଶ୍ରୀପୟର ମୁଦ ଉପଲକ୍ଷେ ପାଟଡୋର, ଖଳି ପ୍ରସାଦ ଓ ଖଡି ପ୍ରସାଦ ଲାଗି ହେବ। ଆଜି ବିଳମ୍ବିତ ରାଜି ପର୍ଯ୍ୟନ୍ତ ଏହି ନୀତିକାନ୍ତି ଚାଲିବ ।

ଅନ୍ୟପଟେ ଶ୍ରୀଅଙ୍ଗ ବଜ୍ର ପାଇଁ ଶୁଦ୍ଧ ସୁଆର ସେବକଙ୍କ ଘରୁ ଖଳି ପ୍ରସାଦ ବିଜେ ନୀତି ଅନୁଷ୍ଠିତ ହେବ । ଏହାସହ ଖଳିିପ୍ରସାଦ ଲାଗି ନୀତି ଅନୁଷ୍ଠିତ ହେବ । ଶୁଦ୍ଧ ସୁଆର ସେବକଙ୍କ ଘରୁ ଦିବ୍ୟ ପ୍ରଲେପ ‘ଖଳିପ୍ରସାଦ’ ବିଜେ କରିବେ । ଅଣସର ଗୃହରେ ସଂପୂର୍ଣ୍ଣ ଗୋପନୀୟ ଭାବେ ଶ୍ରୀଜୀଉ ମାନଙ୍କୁ ଘଣା ଲାଗି ପରେ ଖଳି ଲାଗି ଓ ଖଡି ଲାଗି ହେବ। ଶ୍ରୀମନ୍ଦିରରୁ ନିମନ୍ତ୍ରଣ ପାଇବା ପରେ ଦୋଳମଣ୍ଡପ ସାହିରୁ ବିଜେ କାହାଳୀ ସହ ଶୋଭାଯାତ୍ରାରେ ଶୁଦ୍ଧ ସୁଆର ସେବକମାନେ ଶ୍ରୀମନ୍ଦିର ଖଳି ପ୍ରସାଦ ବିଜେ କରିବେ । ନୀଳାଦ୍ରି ମହୋଦୟ ଶାସ୍ତ୍ର ଅନୁସାରେ ମହାପ୍ରଭୁଙ୍କଠାରେ ଫୁଲୁରି ତେଲ, ଓଷ ଲାଗି, ଦଶମୂଳ ଲାଗି, ସର୍ବାଙ୍ଗ ଚନ୍ଦନ, ରାଜପ୍ରସାଦ ବିଜେ ପରେ ଖଳିପ୍ରସାଦ ବିଜେ ନୀତି ସମ୍ପନ୍ନ ହେବ ।ଆଜି ସନ୍ଧ୍ୟାରେ ଘଣ୍ଟ, ଛତା, ଛତା କାହାଳି ସହ ଖଳି ପ୍ରସାଦ ଶୁଦ୍ଧ ସୁଆରଙ୍କ ଘରଠାରୁ ଶ୍ରୀମନ୍ଦିରକୁ ବିଜେ କରାଯିବ। ଶୁଦ୍ଧ ସୁଆରଙ୍କଦ୍ୱାରା ପ୍ରସ୍ତୁତ ଏହି ଦିବ୍ୟ ପ୍ରଲେପକୁ ଦଇତାପତି ସେବକ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି କରିବେ। ଭିତର ଖଳି ଲାଗି ପୂର୍ବରୁ ପ୍ରଭୁଙ୍କ ଘଣା ଲାଗି ଗୋପନ ନୀତି ସମ୍ପନ୍ନ ହେବ। ଶ୍ରୀଜୀଉଙ୍କ ସୁସ୍ଥତାର ଖବର ଦଇତାପତି ସେବାୟତ ଗତକାଲି ଗଜପତି ମହାରାଜାଙ୍କୁ ପ୍ରଦାନ କରିଥିଲେ ।

ଏପଟେ ଶୃଙ୍ଖଳିତ ଓ ସୁରକ୍ଷିିତ ରଥଯାତ୍ରା ପାଇଁ ମୁତୟନ ହେବେ ୧୮୦ ପ୍ଲାଟୁନ୍‌ ଫୋର୍ସ। ବଡ଼ଦାଣ୍ଡରେ ଆମ୍ବୁଲାନ୍‌ସ ପାଇଁ ହେବ ଗ୍ରୀନ୍‌ କରିଡର। ଶ୍ରୀମନ୍ଦିର, ଗୁଣ୍ଡିଚା ମନ୍ଦିର ସମେତ ବଡ଼ଦାଣ୍ଡର ବିଭିନ୍ନ ସ୍ଥାନରେ ୫୦ରୁ ଅଧିକ ସିସିଟିଭି କ୍ୟାମେରା ଲଗାଇବା କାମ ଚାଲିଛି ।

Comments are closed, but trackbacks and pingbacks are open.