ରାଜ୍ୟରେ ଆଜି ୧୨ ଜଣ କରୋନା ସଂକ୍ରମିତ ଚିହ୍ନଟ

29

ରାଜ୍ୟରେ ଦୈନିକ କରୋନା ସଂକ୍ରମଣ କ୍ରମଶଃ ହ୍ରାସ ପାଉଛି I ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସଙ୍ଗରୋଧରୁ ୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୫ଜଣ ରହିଛନ୍ତି ।
ସେହିଭଳି ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୪୮୫ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି I

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୪୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୨୨୭ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୭୯୪୭୯୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments are closed, but trackbacks and pingbacks are open.