ଆଜି ରାଜ୍ୟରୁ ୧୭୩ ସଂକ୍ରମିତ ଚିହ୍ନଟ

18

ଆଜି ରାଜ୍ୟରୁ ୧୭୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୦୨ ଓ ସ୍ଥାନୀୟ ଅଞ୍ଚଳରୁ ୭୧ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୨୧ ଜଣ ୧୨ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୧ ହଜାର ୪୧୪ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୪୦ ହଜାର ୯୨୭ ରହିଥିବା ବେଳେ ୨ ହଜାର ୧ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ମୟୂରଭଞ୍ଜରୁ ୧୯, ସମ୍ବଲପୁର ଓ ପୁରୀରେ ୫ ଜଣ ଲେଖାଏଁ, ଯାଜପୁରରେ ୭, କଟକରେ ୪, ବାଲେଶ୍ୱର, ବରଗଡ, ଗଜପତିରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.